ଜାମିନ ପାଇଁ କୋଟିପତି ଆର୍‌ଟିଓ ହାଇକୋର୍ଟଙ୍କ ଦ୍ୱାରସ୍ଥ

କଟକ : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଢେଙ୍କାନାଳ ଆର୍‌ଟିଓ ବସନ୍ତ କୁମାର ବେହେରା ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କଟକ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ ଶ୍ରୀ ବେହେରାଙ୍କ ଜାମିନ ଆବେଦନ ଖାରଜ କରିବା ପରେ ସେ ହାଇକୋର୍ଟରେ ନିୟମିତ ଜାମିନ ଆବେଦନ ଦାୟର କରିଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଆର୍‌ଟିଓ ଶ୍ରୀ ବେହେରାଙ୍କ ଘର ଓ ଅନ୍ୟାନ୍ୟ ସ୍ଥାନରେ ଭିଜିଲାନ୍ସ ଚଢାଉ କରିବା ସହିତ ତାଙ୍କୁ ଗିରଫ କରିଥିଲା।

ସମ୍ବନ୍ଧିତ ଖବର