ସୁରତରେ ‘ପ୍ରବାସୀ କେନ୍ଦ୍ର’ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ; ପ୍ରବାସୀ ଓଡିଆଙ୍କୁ ସମସ୍ତ ପ୍ରକାର ସହାୟତ ମିଳିବ ବୋଲି କହିଲେ

Advertisment
ସୁରତରେ ‘ପ୍ରବାସୀ କେନ୍ଦ୍ର’ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ; ପ୍ରବାସୀ ଓଡିଆଙ୍କୁ ସମସ୍ତ ପ୍ରକାର ସହାୟତ ମିଳିବ ବୋଲି କହିଲେ

Outlook India

ସୁରତ/ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଗୁଜୁରାଟର ସୁରତ ଗସ୍ତ କରି ସେଠାରେ ‘ପ୍ରବାସୀ କେନ୍ଦ୍ର’ର ଉଦଘାଟନ କରିବା ସହ ଏହି କେନ୍ଦ୍ର ସହରରେ କାମ କରୁଥିବା ସବୁ ପ୍ରବାସୀ ଓଡିଆଙ୍କ ସମେତ ଲକ୍ଷାଧିକ ପ୍ରବାସୀଙ୍କୁ ସବୁପ୍ରକାରର ସହାୟତା ପ୍ରଦାନ କରିବା ସଙ୍ଗେ ସଙ୍ଗେ ସରକାରଙ୍କ ବିଭିନ୍ନ ଯୋଜନାର ଲାଭ ଉଠାଇବାରେ ମଧ୍ୟ ସହାୟକ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ, ଭାରତ ସରକାର ଦେଶରେ ପ୍ରବାସୀଙ୍କ ଜୀବନଜୀବିକାକୁ ଗୁରୁତ୍ୱଦେବା ସହ ସେମାନଙ୍କ ଉନ୍ନତିପାଇଁ ବଦ୍ଧପରିକର । ଆଜି ଲୋକାର୍ପିତ ହୋଇଯାଇଥିବା ପ୍ରବାସୀ କେନ୍ଦ୍ରପ୍ରବାସୀ ଶ୍ରମିକମାନଙ୍କର ଏକ ସବିଶେଷ ରୂପରେଖ ପ୍ରସ୍ତୁତ କରିବା ସହ ସେମାନଙ୍କୁ ସେମାନଙ୍କର ଦକ୍ଷତା ଅନୁଯାୟୀ ଶ୍ରେଣୀଭୁକ୍ତ କରିବ ତଥା କାମ ପ୍ରଦାନ କରିବ । ଏହା ଦ୍ୱାରା ଭାରତ ସରକାରଙ୍କ ‘ଶ୍ରମଶକ୍ତି’ ସହ ସମ୍ପୃକ୍ତ ଶିଳ୍ପ ସହିତ ସଂଯୋଗ କରିବା ଓ ପ୍ରବାସୀଙ୍କ ଜୀବିକା ବୃଦ୍ଧି ଏବଂ ସେମାନଙ୍କର ସମ୍ମାନକୁ ସୁନିଶ୍ଚିତ କରିବ । 'ମାଇଁ ସୁରତ' ଦ୍ୱାରା ଏଭଳି ପଦକ୍ଷେପ ନିଆଯାଇଥିବା ବେଳେ ସହରର ଜୀବନଜୀବିକା କେନ୍ଦ୍ର ସହିତ ସଂଯୋଗ ଥିବା ପ୍ରବାସୀମାନେ ଅଧିକ ଉପକୃତ ହୋଇପାରିବେ ।

Dharmendra Pradhan invites US Investors to seize huge opportunity in India's growth story Janam TV English

କରୋନାର ଆହ୍ୱାନ ପ୍ରବାସୀ ଶ୍ରମିକଙ୍କ ପାଇଁ ପଦକ୍ଷେପ ନେବାର ଉଦ୍ୟମ ତଥା ସେମାନଙ୍କ ଅଧିକାରର ସୁରକ୍ଷା ପାଇଁ ଭଲ ଯୋଜନା ହେବାର ଆବଶ୍ୟକତା ରହିଥିବାର ମାର୍ଗ ଦେଖାଇଛି । ସମଗ୍ର ଭାରତର ପ୍ରବାସୀଙ୍କ ଘର କୁହାଯାଉଥିବା ସୁରତ ପ୍ରବାସୀଙ୍କୁ ଆତ୍ମନିର୍ଭର କରିବାରେ ବଡ଼ ଭୂମିକା ଗ୍ରହଣ କରିଛି । ସହରୀ ଯୋଜନା, ନାଗରିକ ସୁବିଧା, ସ୍ୱଚ୍ଛତା କାର୍ଯ୍ୟକ୍ରମରେ ସୁରତ ଏକ ଆଦର୍ଶ ସହର ଭାବରେ ପରିଗଣିତ ହୋଇପାରିଛି । ଆଜି ପ୍ରତିଷ୍ଠା ହୋଇଥିବା ପ୍ରବାସୀ କେନ୍ଦ୍ର ଏ ଦିଗରେ ବୃହତ ପଦକ୍ଷେପ ଏବଂ ଆମର ପ୍ରବାସୀଙ୍କୁ ସାମାଜିକ ତଥା ଆର୍ଥିକ ସୁରକ୍ଷା ଦେବାରେ ଏକ ମଡ଼େଲ ଭାବରେ ଉଭା ହୋଇଛି ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe