ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଡିଆଇଜିଙ୍କ ସାମ୍ବାଦିକ ସମ୍ମିଳନୀ: ସୁରକ୍ଷା ବଳୟରେ ଯାଜପୁର, ୨୮ ପ୍ଲାଟୁନ୍‌ ଫୋର୍ସ ମୁତୟନ

Advertisment

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କେନ୍ଦ୍ରାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ ଆଜି ଯାଜପୁରରେ ଏକ ସାମ୍ବାଦିକ ସମ୍ମିଳନୀ କରି ସବିଶେଷ ସୂଚନା ଦେଇଛନ୍ତି। ଘଟଣାରେ ସଂପୃକ୍ତ କୌଣସି ଅଭିଯୁକ୍ତଙ୍କୁ ଛଡ଼ାଯିବ ନାହିଁ।

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କେନ୍ଦ୍ରାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ ଆଜି ଯାଜପୁରରେ ଏକ ସାମ୍ବାଦିକ ସମ୍ମିଳନୀ କରି ସବିଶେଷ ସୂଚନା ଦେଇଛନ୍ତି। ଘଟଣାରେ ସଂପୃକ୍ତ କୌଣସି ଅଭିଯୁକ୍ତଙ୍କୁ ଛଡ଼ାଯିବ ନାହିଁ।

adgadgdag

ଯାଜପୁରସଦର: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ କେନ୍ଦ୍ରାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ ଆଜି ଯାଜପୁରରେ ଏକ ସାମ୍ବାଦିକ ସମ୍ମିଳନୀ କରି ସବିଶେଷ ସୂଚନା ଦେଇଛନ୍ତି। ଘଟଣାରେ ସଂପୃକ୍ତ କୌଣସି ଅଭିଯୁକ୍ତଙ୍କୁ ଛଡ଼ାଯିବ ନାହିଁ। ନିରପେକ୍ଷ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ତଦନ୍ତ ଜାରି ରହିଛି। ରାସ୍ତାରୋକ, ଥାନା ଘେରାଉ, ହାଟ ବିବାଦ, ବିଧାୟକଙ୍କୁ ମାଡ଼ ଆଦି ଘଟଣାକୁ ନେଇ ମୋଟ ୧୬ଟି ମାମଲା ରୁଜୁ କରାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯାଜପୁର ସହର, ଧର୍ମଶାଳା ଓ ଏହାର ଆଖପାଖ ଅଞ୍ଚଳରେ ୨୮ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଦରକାର ପଡ଼ିଲେ ଏହି ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯିବାକୁ ଯୋଜନା ରହିଛି। ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ୪ଟି ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଡିଆଇଜି ଶ୍ରୀ ନାୟକ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୧୪ ଜଣଙ୍କୁ କୋର୍ଟଚାଲାଣ କରାଯାଇଛି। 

ତେବେ ହଠାତ ଡିଆଇଜି ଯାଜପୁରରେ ପହଞ୍ଚିବା, ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଘଟଣାକୁ ନେଇ ପୁଲିସ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଯାଉଥିବା କୁହାଯାଉଛି। ଏକାଧିକ ମାମଲାରେ ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବ ପ୍ରସାଦ ଦାସଙ୍କୁ ଗିରଫ କରାଯିବ ବୋଲି ଚର୍ଚ୍ଚା ହେଉଛି। ସାମ୍ବାଦିକ ସମ୍ମିଳନୀରେ ଯାଜପୁର ଏସ୍‌ପି ୟଶପ୍ରତାପ ଶ୍ରୀମଲ ଓ ଏସଡିପିଓ ସତ୍ୟବ୍ରତ ଲେଙ୍କା ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe