ଷ୍ଟେଟ୍ ବ୍ୟାଙ୍କ ଭୁବନେଶ୍ୱର ମୁଖ୍ୟ କାର୍ଯ୍ୟାଳୟରେ ଡିଜିଟାଲ ଜୀବନ ପ୍ରମାଣପତ୍ର ଶିବିର

ଷ୍ଟେଟ୍ ବ୍ୟାଙ୍କ ଭୁବନେଶ୍ୱର ମୁଖ୍ୟ କାର୍ଯ୍ୟାଳୟରେ ଡିଜିଟାଲ ଜୀବନ ପ୍ରମାଣପତ୍ର ଶିବିର

Wikimedia Commons

ଭୁବନେଶ୍ବର : ଭାରତୀୟ ଷ୍ଟେଟ ବ୍ୟାଙ୍କର ଭୁବନେଶ୍ବରସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ଠାରେ ଏକ ଡିଜିଟାଲ ଜୀବନ ପ୍ରମାଣପତ୍ର ପଞ୍ଜhକରଣ ଶିବିର ଆୟୋଜିତ ହୋଇଯାଇଛି` ପେନସନଭୋଗୀଙ୍କ ଦ୍ବାରା ଜୀବନ ପ୍ରମାଣ ଆପ୍ ଦ୍ବାରା ଫେସ୍‌ ଅଥେଣ୍ଟିକେସନ ଟେକ୍ନୋଲୋଜି ବ୍ୟବହାର କରାଯାଇ ଜୀବନ ପ୍ରମାଣପତ୍ର ବା ଲାଇଫ ସାର୍ଟିଫିକେଟ ଦାଖଲ କରାଯାଇଥିଲା । ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ ଏବଂ ଏସବିଆଇ ସିପିପିସି ଭୁବନେଶ୍ବର ସହଭାଗିତାରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ଅନୁସଚିବ ବିଶାଲ କୁମାର, ୟୁଆଇଡିଏଆଇର ଅଧିକାରୀଗଣ, ଭାରତୀୟ ଷ୍ଟେଟ ବ୍ୟାଙ୍କର ଡିଜିଟାଲ ଏବଂ ଟ୍ରାଞ୍ଜାକ୍ସନ ବ୍ୟାଙ୍କିଙ୍ଗ ବିଭାଗ ଡିଜିଏମ ଅମରେନ୍ଦ୍ର କୁମାର ଉପସ୍ଥିତ ଥିଲେ। ପେନସନଭୋଗୀଙ୍କୁ ଜୀବନ ପ୍ରମାଣପତ୍ର ଦାଖଲ ସୁବିଧା ପ୍ରଦାନ କରିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ଏହି ନୂଆ ପ୍ରୟାସ ଆରମ୍ଭ କରାଯାଇଛି। ସନଭୋଗୀମାନେ ଜୀବନ ପ୍ରମାଣ ପୋର୍ଟାଲ ଜରିଆରେ ଡିଜିଟାଲ ମାଧ୍ୟମରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଛଡ଼ା ଆଣ୍ଡ୍ରଏଡ୍ ଅପରେଟିଂ ସିଷ୍ଟମ ଥିବା ସ୍ମାର୍ଟ ଫୋନରେ ଜୀବନ ପ୍ରମାଣ ମୋବାଇଲ ଆପ୍ଲିକେସନ ମାଧ୍ୟମରେ ଡିଜିଟାଲ ଲାଇଫ ସାର୍ଟିଫିକେଟ ଦାଖଲ କରାଯାଇପାରିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe