ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହେଲା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ

ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହେଲା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହୋଇଥିବା ଦୀପାଳି ଦାସ ଆଜି ଭେଟିଛନ୍ତି। ନବୀନ ନିବାସରେ ଦୀପାଳି ଦାସ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରିଛନ୍ତି। ଟୁଇଟ୍‌ରେ ସେ ଲେଖିଛନ୍ତି‌ ଯେ, ଝାରସୁଗୁଡ଼ା ଉପନିର୍ବାଚନରେ ଐତିହାସିକ ବିଜୟ ହାସଲ କରିଥିବା ବିଜେଡିର ପ୍ରାର୍ଥୀ ଦୀପାଳି ଦାସଙ୍କୁ ଭେଟିଲି। ଝାରସୁଗୁଡ଼ାର ବିକାଶକୁ ଆଗେଇ ନେବା ସହ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ତାଙ୍କୁ ପରାମର୍ଶ ଦେଲି।

ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ଶନିବାର ତାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଥିଲେ। ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ।

ଉଲ୍ଲେଖଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହୋଇଛନ୍ତି ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଦୀପାଳି  ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୭୨୧ ଅଧିକ ଭୋଟ ପାଇ  ବିଜୟୀ ହୋଇଛନ୍ତି। ବିଜେଡିର ଏହି ବୃହତ ବିଜୟ ନୂଆ ରେକର୍ଡ ସୃଷ୍ଟି କରିଛି। ଏହି ବିଜୟ ବିଜେଡି ଶିବିରରେ ଉତ୍ସବର ମାହୋଲ ସୃଷ୍ଟି କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe