କଣ୍ଟାବାଞ୍ଜି ଷ୍ଟେସନରେ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ

କଣ୍ଟାବାଞ୍ଜି : ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବୁଧବାର କଣ୍ଟାବାଞ୍ଜି ଷ୍ଟେସନଠାରେ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନ୍‌ଡିଆର୍‌ଏଫ୍‌), ଓଡିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ, ସ୍ଥାନୀୟ ପ୍ରଶାସନ, ରାଜ୍ୟ ଅଗ୍ନିଶମ ସେବା, ରାଜ୍ୟ ସ୍ୱାସ୍ଥ୍ୟସେବା, ରେଳ ସ୍କାଉଟ୍‌ସ ଆଣ୍ଡ ଗାଇଡ୍, ସ୍ଥାନୀୟ ଏନ୍‌ଜିଓ ଏବଂ ରେଳ ବିଭାଗର ସମସ୍ତ ଉପବିଭାଗ କର୍ମକର୍ତ୍ତା ଭାଗ ନେଇଥିଲେ।

ଏହି ଅଭ୍ୟାସ ସମୟରେ ଆଧୁନିକ ଯନ୍ତ୍ରପାତି ଯଥା ରେଳ କୋଚ କାଟିବା ମେସିନ, ଅଗ୍ନି ନିର୍ବାପକ ଏବଂ ଶୀଘ୍ର ଚିକିତ୍ସା ସ୍ଥାନାନ୍ତର ଭଳି ଆଧୁନିକ ଉପକରଣ ବ୍ୟବହାର କରାଯାଇଥିଲା। ମଣ୍ଡଳ ରେଳ ପ୍ରବନ୍ଧକ ବିନୀତ ସିଂହ ଘଟଣାସ୍ଥଳ ପରିଦର୍ଶନ କରି ସମସ୍ତ ଅଂଶଗ୍ରହଣକାରୀଙ୍କ ସହ ଯୋଗାଯୋଗ କରିଥିଲେ। ରେଳ ମଣ୍ଡଳର ବରିଷ୍ଠ ନିରାପତ୍ତା ଅଧିକାରୀ ଶିବବ୍ରତ ଧଳ ବିପର୍ଯ୍ୟୟ ପରିଚାଳନାରେ ଯୋଗ ଦେଇଥିବା ସମସ୍ତ ବିଭାଗୀୟ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେଇଥିଲେ।

ସମ୍ବନ୍ଧିତ ଖବର