ତାଳଚେର ସାର କାରଖାନା ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ନେଇ ଆଲୋଚନା : ତିନି କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ତାଳଚେର ସାର କାରଖାନା ଦ୍ୱାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଓ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଡି.ଭି ସଦାନନ୍ଦ ଗୌଡ ଏବଂ କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସହ ଆଲୋଚନା କରିଛନ୍ତି। ଶ୍ରୀ ପ୍ରଧାନ ତାଳଚେର ସାର ସାରଖାନା ପାଇଁ ଥିବା ଚ୍ୟାଲେଞ୍ଜ ଓ ଏହି ପ୍ରକଳ୍ପକୁ ଦ୍ରୁତ ଗତିରେ କାର୍ଯ୍ୟକ୍ଷମ କରିବା ନେଇ ତିନି ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେବା ପରେ ଏହା ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ସମ୍ବନ୍ଧିତ ଖବର