ବ୍ଲକ୍‌ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅସନ୍ତୋଷ: ଅର୍ଥ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ବ୍ଲକ୍‌ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅସନ୍ତୋଷ: ଅର୍ଥ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ସୋନପୁର: ଶନିବାର ସୋନପୁର ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରହଲ୍ଲାଦ ନାୟକ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହୋଇଥିଲେ। ଶ୍ରୀ ନାୟକଙ୍କ ଅଧ୍ୟକ୍ଷ ନିର୍ବାଚନକୁ ନେଇ ମଲ୍ଲିକମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ସାଗରପାଲି ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଥିଲେ।

ଗ୍ରାମବାସୀ ଚାହୁଥିବା ପ୍ରାର୍ଥୀଙ୍କୁ ଅଧ୍ୟକ୍ଷ କରାଗଲା ନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିବା ସହ ଏଥିପାଇଁ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦାୟୀ କରି ତାଙ୍କ ଏବଂ ନବନିର୍ବାଚିତ ଜିଲ୍ଲା ପରିଷଦ ସଭ୍ୟା ସସ୍ମିତା ମହାନ୍ତିଙ୍କ ସ୍ୱାମୀ କରମଚାନ୍ଦ ମହାନ୍ତିଙ୍କ କୁଶପୁତ୍ତଳିକା ଦାହ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe