ଦାନଗଦୀ: ଦାନଗଦୀ ବ୍ଲକ୍ ରାଣୀପଡ଼ା ପଞ୍ଚାୟତର ବନଦୁର୍ଗା ହାଇସ୍କୁଲ ପରିସରରେ ୫-ଟି ଅନ୍ତର୍ଭୁକ୍ତ ଯାଜପୁର ଜିଲ୍ଲାର ୭୩ ଟି ରୂପାନ୍ତରିତ ହାଇସ୍କୁଲକୁ ଆଜି ସନ୍ଧ୍ୟାରେ ଲୋକାର୍ପଣ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଏହି ବିଦ୍ୟାଳୟଗୁଡ଼ିକୁ ଉଦ୍ଘାଟନ କରିଥିଲେ। ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଲୋକାର୍ପଣ କାର୍ଯ୍ୟକ୍ରମରେ ରାଜସ୍ଵ ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟ ସରକାରଙ୍କ ଏହି ଯୋଜନା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ।
/sambad/media/post_attachments/wp-content/uploads/2023/05/3-4.jpg)
ଏହି ଅବସରରେ ବନଦୁର୍ଗା ବିଦ୍ୟାଳୟର ଛାତ୍ର ବିଶ୍ଵଜିତ ବେହେରା ଭିଡିଓ କନଫରେନ୍ସରେ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇଥିଲେ। ଭବିଷ୍ୟତରେ ଆଇପିଏସ୍ ଅଧିକାରୀ ହେବାକୁ ବିଶ୍ବଜିତ ଲକ୍ଷ୍ୟ ରଖିଥିବା ମୁଖ୍ୟମନ୍ତ୍ରୀଙ୍କୁ କହିଥିଲେ। ଅନ୍ୟ ଅତିଥିମାନଙ୍କ ମଧ୍ୟରେ ସାଂସଦ ଶର୍ମିଷ୍ଠା ସେଠୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀ, ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ, କୋରେଇ ବିଧାୟକ ଅଶୋକ ବଳ, ବରୀ ବିଧାୟିକା ସୁନନ୍ଦା ଦାସ, ଜିଲ୍ଲା ପରିଷଦ ସଭାପତି ନଳିନୀପ୍ରଭା ଜେନା, ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, କଳିଙ୍ଗନଗର ଅତିରିକ୍ତ ଜିଲ୍ଲାପାଳ ସନ୍ତୋଷ କୁମାର ମିଶ୍ର, ଦାନଗଦୀ ବ୍ଲକ୍ ଅଧ୍ୟକ୍ଷା ଅର୍ଚ୍ଚନା ଦାସ, ସୁକିନ୍ଦା ବ୍ଲକ୍ ଅଧ୍ୟକ୍ଷ ଦିବ୍ୟରଞ୍ଜନ ବରାଳ, କୋରେଇ ବ୍ଲକ୍ ଅଧ୍ୟକ୍ଷା ଜୟନ୍ତୀ ଦଳାଇ, ଧର୍ମଶାଳା ବ୍ଲକ୍ ଅଧ୍ୟକ୍ଷ ପ୍ରଭାତ ବଳବନ୍ତରାୟ, ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆଙ୍କ ସମେତ ବରୀ ବ୍ଲକ୍ ଅଧ୍ୟକ୍ଷ ଅଶୋକ ଗେଡ଼ି ଉପସ୍ଥିତ ଥିଲେ। ମଞ୍ଚରେ ବିଭିନ୍ନ ବିଦ୍ୟାଳୟ ନିର୍ମାଣରେ ପୃଷ୍ଠପୋଷକ ରହିଥିବା ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଦାନଗଦୀ ବିଡିଓ ସାରଦା ପ୍ରସନ୍ନ ପଣ୍ଡା, ମନ୍ତ୍ରୀଙ୍କ ପ୍ରତିନିଧି ପ୍ରଦୀପ କୁମାର ମହାନ୍ତି, ସୁରେଶ ଦାସ, ଚନ୍ଦନ କରଙ୍କ ସମେତ ବହୁ କର୍ମୀ ଉପସ୍ଥିତ ଥିଲେ। ଶେଷରେ ଦାନଗଦୀ ବ୍ଲକ୍ର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।
Follow Us