ମମିତା ମେହେର ହତ୍ୟାକାଣ୍ଡକୁ ନେଇ ଜିଲ୍ଲା ବିଜେପିର ବିକ୍ଷୋଭ ପ୍ରଦର୍ଶନ: ସାମିଲ ହେଲେ ବଲାଙ୍ଗୀର ସାଂସଦ

ବଲାଙ୍ଗୀର: ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଚୁପ କାହିଁକି ବୋଲି ପ୍ରଶ୍ନ କରି ଆନ୍ଦୋଳନକୁ ଓହ୍ଲାଇଛି ବଲାଙ୍ଗୀର ଜିଲ୍ଲା ବିଜେପି। ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂଦେଓଙ୍କ ନେତୃତ୍ୱରେ  ବିଜେପି ନେତା ଓ କର୍ମୀମାନେ କଚେରି ଛକରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଏଠାରେ ଆନ୍ଦୋଳନକାରୀମାନେ ରାସ୍ତାରୋକ କରିବା ସହିତ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି। ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ମନ୍ତ୍ରୀଙ୍କ ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରାଯାଉଥିବାରୁ, ମନ୍ତ୍ରୀ ଶୀଘ୍ର ଇସ୍ତଫା ଦିଅନ୍ତୁ ବୋଲି ବିଜେପି ଦାବି କରିଛି।

ସମ୍ବନ୍ଧିତ ଖବର