ଲାଞ୍ଜିଗଡ଼: ଲାଞ୍ଜିଗଡ଼ ବ୍ଲକ୍‌ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ, ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ ପଟେଲ, ଭବାନୀପାଟଣା ଉପଜିଲ୍ଲାପାଳ ଡ. ବିଶ୍ୱଜିତ ଦାସ, ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଜୟ ନନ୍ଦ, ଜିଲ୍ଲା ଶିକ୍ଷାଧିକାରୀ ଧିରଜ ଚୋପଦାର, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, କଳାହାଣ୍ଡି ଜିଲ୍ଲା ପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରବାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ରଞ୍ଜନ ମିତ୍ରଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।

Advertisment

ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଲାଞ୍ଜିଗଡ଼ ତହସିଲଦାର ମୁନିନ୍ଦ୍ର ହୋନ୍ନାଗା, ଏବିଡିଓ ବିଭୁତି ଭୂଷଣ ଶତପଥି, ଲାଞ୍ଜିଗଡ଼ ଜୋନ୍-୨ ଜିଲ୍ଲା ପରିଷଦ ସଦସ୍ୟ ପରିକ୍ଷୀତ ନାଏକ, ଜିପିଇଓ ସରୋଜ ପ୍ରଧାନ, ଏପିଓ ସଞ୍ଜିତ ପରିଡା, ଏସ୍‌ଇଓ ଅରବିନ୍ଦ ମହାପାତ୍ର, ବିଇଓ ସଞ୍ଜିବ ନାଏକ, ଗ୍ରାମ୍ୟ ଜଳଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ଦଶମତ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ଶିବିରରେ ୫୮ଟି ଅଭିଯୋଗର ଶୁଣାଣି କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ କନିଷ୍ଠ ଯନ୍ତ୍ରୀ ସ୍ମିତା ବିଶ୍ୱାଳ, ଗୋଲକ ଭୋଇ, ଡମ୍ବରୁଧର ସ୍ୱାଇଁ, ସୁଜିତ ସାହୁ, ପିତବାସ ସାହୁ, ଭୂଜନ ହାତୀ, ଜିତୁ ପୋଢ଼, ଲକ୍ଷ୍ମଣ ନାଏକ, ଝସକେତନ ଦୁର୍ଗା ପ୍ରମୁଖ ସହଯୋଗ କରିଥିଲେ।