ବୌଦ୍ଧ : ଜିଲ୍ଲା ଉନ୍ନୟନ ଓ ପରିଚାଳନା କମିଟି ବୈଠକ

ବୌଦ୍ଧ : ବୁଧବାର ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ଜିଲ୍ଲା ଉନ୍ନୟନ ଓ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାର ସାମଗ୍ରିକ ବିକାଶ ସମସ୍ତଙ୍କ ଲକ୍ଷ୍ୟ ହେବା ଉଚିତ ବୋଲି କହିଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ ଉନ୍ନୟନମୂଳକ ଯୋଜନା ଠିକ ଭାବରେ କାର୍ଯ୍ୟକାରୀ କରିବାକୁ ଉପସ୍ଥିତ ଅଧିକାରୀ ଓ ନିର୍ବାଚିତ ପ୍ରତିନିଧିଙ୍କୁ ପରାମର୍ଶ ଦେଇଛନ୍ତି। ବୈଠକରେ ୨୦୨୦-୨୧ ବର୍ଷର ଉନ୍ନୟନମୂଳକ କାର୍ଯ୍ୟର ଟିକିନିଖି ସମୀକ୍ଷା କରାଯାଇଥିଲା। ୨୦୨୧ ବର୍ଷର ଉନ୍ନୟନମୂଳକ କାର୍ଯ୍ୟର ଖସଡ଼ା ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ବୈଠକରେ ବୌଦ୍ଧ ବିଧାୟକ ପ୍ରଦୀପ ଅମାତ, କଣ୍ଟାମାଳ ବିଧାୟକ ମହୀଧର ରଣା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ଭୋଇ ଓ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ସହ କମିଟିର ସଦସ୍ୟ ଓ ନିର୍ବାଚିତ ପ୍ରତିନିଧି ଯୋଗ ଦେଇଥିଲେ।

ସମ୍ବନ୍ଧିତ ଖବର