ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୩୦ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେଜଣ ଆକ୍ରାନ୍ତ ଅଛନ୍ତି। ଏବେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୫୩୩, ବାଲେଶ୍ବରରେ ୧୭୯, ଯାଜପୁରରେ ୨୯୩ , କଟକରେ ୧୫୪, ପୁରୀରେ ୯୯, କେନ୍ଦ୍ରାପଡ଼ାରେ ୧୬୩, ଅନୁଗୁଳରେ ୩୧, ଖୋର୍ଦ୍ଧାରେ ୨୧୭, ଦେବଗଡ଼ରେ ୩୩ , ଭଦ୍ରକରେ ୧୩୬, ନୟାଗଡ଼ରେ ୭୬, ଜଗତସିଂହପୁରରେ ୮୭, ସୁନ୍ଦରଗଡ଼ରେ ୮୧, ନୂଆପଡ଼ାରେ ୬୦, ବଲାଙ୍ଗୀରରେ ୧୦୫, ବୌଦ୍ଧରେ ୩୪, କେନ୍ଦୁଝରରେ ୩୨, ମାଲକାନଗିରିରେ ୨୧, ମୟୂରଭଞ୍ଜରେ ୫୭, କଳାହାଣ୍ଡିରେ ୨୫, କନ୍ଧମାଳରେ ୨୫, ଗଜପତିରେ ୫୧, କୋରାପୁଟରେ୧୪, ଢେଙ୍କାନାଳରେ ୩୩, ଝାରସୁଗୁଡ଼ାରେ ୭, ସମ୍ବଲପୁରରେ ୧୬ରେ ପହଞ୍ଚିଛି।
ଅପରପକ୍ଷରେ ବରଗଡ଼ରେ ୧୬, ସୁବର୍ଣ୍ଣପୁର ଜିଲ୍ଲାରେ୨୬ ଏବଂ ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ବି ଗଞ୍ଜାମ ଜିଲ୍ଲା ସଂକ୍ରମିତଙ୍କ ସଂଖ୍ୟାରେ ଶୀର୍ଷରେ ରହିଛି।
ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୧୭ରେ ପହଞ୍ଚିଛି। ତେବେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୮ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।