ରାଜ୍ୟର ୨୭୮୧ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ, କେଉଁ ଜିଲ୍ଲାରେ କେତେଜଣ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ରାଜ୍ୟର ୨୭୮୧ଆକ୍ରାନ୍ତଙ୍କ ମଧ୍ୟରୁ ଜାଣନ୍ତୁ, କେଉଁ ଜିଲ୍ଲାରେ କେତେଜଣ  କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ବର: ଆଜି ଗୋଟିଏ ଦିନରେ ୧୭୩ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୮୧ରେ ପହଞ୍ଚିଛି।  ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୫୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।

ଆଜି ୧୪ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେଜଣ  ଆକ୍ରାନ୍ତ ଅଛନ୍ତି। ଏବେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୫୯୭, ବାଲେଶ୍ବରରେ ୧୯୦, ଯାଜପୁରରେ ୩୧୨ , କଟକରେ ୧୬୭, ପୁରୀରେ ୧୦୦, କେନ୍ଦ୍ରାପଡ଼ାରେ ୧୬୩, ଅନୁଗୁଳରେ ୩୧, ଖୋର୍ଦ୍ଧାରେ ୨୨୬, ଦେବଗଡ଼ରେ ୩୩ , ଭଦ୍ରକରେ ୧୪୦, ନୟାଗଡ଼ରେ ୮୩, ଜଗତସିଂହପୁରରେ ୮୭, ସୁନ୍ଦରଗଡ଼ରେ ୮୧, ନୂଆପଡ଼ାରେ ୬୮, ବଲାଙ୍ଗୀରରେ ୧୧୬, ବୌଦ୍ଧରେ ୩୪, କେନ୍ଦୁଝରରେ ୩୨, ମାଲକାନଗିରିରେ ୨୧, ମୟୂରଭଞ୍ଜରେ ୭୦, କଳାହାଣ୍ଡିରେ ୨୭, କନ୍ଧମାଳରେ ୨୫, ଗଜପତିରେ ୬୧, କୋରାପୁଟରେ୧୪, ଢେଙ୍କାନାଳରେ ୩୩, ଝାରସୁଗୁଡ଼ାରେ ୮, ସମ୍ବଲପୁରରେ ୧୬ରେ ପହଞ୍ଚିଛି।

ଅପରପକ୍ଷରେ ବରଗଡ଼ରେ ୧୬, ସୁବର୍ଣ୍ଣପୁର ଜିଲ୍ଲାରେ୨୬ ଏବଂ ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ବି ଗଞ୍ଜାମ ଜିଲ୍ଲା ସଂକ୍ରମିତଙ୍କ ସଂଖ୍ୟାରେ ଶୀର୍ଷରେ ରହିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ତଥ୍ୟ ପ୍ରଦାନ କରାଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୧୬୭ରେ ପହଞ୍ଚିଛି। ତେବେ ୧୬୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।  ଅପରପକ୍ଷରେ ୮ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe