୧୮ଟି ଜିଲ୍ଲାରୁ ୧୩୮ ନୂଆ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ ଏଯାବତ୍ କେତେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

୧୮ଟି ଜିଲ୍ଲାରୁ ୧୩୮ ନୂଆ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ ଏଯାବତ୍ କେତେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୩୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୧୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୨୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।

ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେଜଣ ଆକ୍ରାନ୍ତ ଅଛନ୍ତି। ଏବେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୬୩୧, ବାଲେଶ୍ବରରେ ୧୯୦, ଯାଜପୁରରେ ୩୨୫ , କଟକରେ ୧୮୭, ପୁରୀରେ ୧୦୮, କେନ୍ଦ୍ରାପଡ଼ାରେ ୧୬୭, ଅନୁଗୁଳରେ ୩୩, ଖୋର୍ଦ୍ଧାରେ ୨୫୭, ଦେବଗଡ଼ରେ ୩୩ , ଭଦ୍ରକରେ ୧୫୧, ନୟାଗଡ଼ରେ ୯୦, ଜଗତସିଂହପୁରରେ ୮୯, ସୁନ୍ଦରଗଡ଼ରେ ୧୧୧, ନୂଆପଡ଼ାରେ ୭୨, ବଲାଙ୍ଗୀରରେ ୧୨୨, ବୌଦ୍ଧରେ ୩୪, କେନ୍ଦୁଝରରେ ୪୩, ମାଲକାନଗିରିରେ ୨୧, ମୟୂରଭଞ୍ଜରେ ୭୬, କଳାହାଣ୍ଡିରେ ୨୯, କନ୍ଧମାଳରେ ୩୫, ଗଜପତିରେ ୬୧, କୋରାପୁଟରେ୧୬, ଢେଙ୍କାନାଳରେ ୩୮, ଝାରସୁଗୁଡ଼ାରେ ୮, ସମ୍ବଲପୁରରେ ୧୭ରେ ପହଞ୍ଚିଛି।

publive-image

ଅପରପକ୍ଷରେ ବରଗଡ଼ରେ ୧୬, ସୁବର୍ଣ୍ଣପୁର ଜିଲ୍ଲାରେ ୨୯ ଏବଂ ନବରଙ୍ଗପୁର ଜିଲ୍ଲାରେ୨ଜଣ ଓ ରାୟଗଡ଼ା ଜିଲ୍ଲାରେ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ବି ଗଞ୍ଜାମ ଜିଲ୍ଲା ସଂକ୍ରମିତଙ୍କ ସଂଖ୍ୟାରେ ଶୀର୍ଷରେ ରହିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ତଥ୍ୟ ପ୍ରଦାନ କରାଯାଇଛି।

ଏବେ ରାଜ୍ୟରେ ମୋଟ୍ ୧୮୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୮୯ ରହିଛି।ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe