ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୩୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୩୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୪ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୬୫୨, ବାଲେଶ୍ବରରେ ୧୯୭, ଯାଜପୁରରେ ୩୨୬ , କଟକରେ ୨୧୬, ପୁରୀରେ ୧୧୮, କେନ୍ଦ୍ରାପଡ଼ାରେ ୧୭୧, ଅନୁଗୁଳରେ ୩୩, ଖୋର୍ଦ୍ଧାରେ ୩୦୭, ଦେବଗଡ଼ରେ ୩୮ , ଭଦ୍ରକରେ ୧୫୨, ନୟାଗଡ଼ରେ ୯୭, ଜଗତସିଂହପୁରରେ ୧୩୦, ସୁନ୍ଦରଗଡ଼ରେ ୧୧୮, ନୂଆପଡ଼ାରେ ୭୪, ବଲାଙ୍ଗୀରରେ ୧୨୪, ବୌଦ୍ଧରେ ୩୫, କେନ୍ଦୁଝରରେ ୫୪, ମାଲକାନଗିରିରେ ୨୨, ମୟୂରଭଞ୍ଜରେ ୯୨, କଳାହାଣ୍ଡିରେ ୩୮, କନ୍ଧମାଳରେ ୫୨, ଗଜପତିରେ ୭୯, କୋରାପୁଟରେ ୧୭, ଢେଙ୍କାନାଳରେ ୪୨, ଝାରସୁଗୁଡ଼ାରେ ୧୩, ସମ୍ବଲପୁରରେ ୧୮ରେ ପହଞ୍ଚିଛି। ଅପରପକ୍ଷରେ ବରଗଡ଼ରେ ୧୮, ସୁବର୍ଣ୍ଣପୁର ଜିଲ୍ଲାରେ ୨୯ ଏବଂ ନବରଙ୍ଗପୁର ଜିଲ୍ଲାରେ ୨ଜଣ ଓ ରାୟଗଡ଼ା ଜିଲ୍ଲାରେ ୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ବି ଗଞ୍ଜାମ ଜିଲ୍ଲା ସଂକ୍ରମିତଙ୍କ ସଂଖ୍ୟାରେ ଶୀର୍ଷରେ ରହିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଏବେ ରାଜ୍ୟରେ ମୋଟ୍ ୨୨୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୯୨ ରହିଛି। ଅପରପକ୍ଷରେ ୯ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।