ପୁରୀ ଜିଲ୍ଲାରୁ ଚିହ୍ନଟ ହେଲେଣି ୧୩୩ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ ଏଯାଏଁ କେତେଜଣ କରୋନା ପଜିଟିଭ୍ ଚିହ୍ନଟ ହେଲେଣି

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୦୭ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୬୫୮, ଯାଜପୁରରେ ୩୨୯ , ଖୋର୍ଦ୍ଧାରେ ୩୧୫, ବାଲେଶ୍ବରରେ ୨୦୨, କଟକରେ ୨୧୯, ପୁରୀରେ ୧୩୩, କେନ୍ଦ୍ରାପଡ଼ାରେ ୧୭୧, ଅନୁଗୁଳରେ ୩୯, ଦେବଗଡ଼ରେ ୪୦ , ଭଦ୍ରକରେ ୧୫୨, ନୟାଗଡ଼ରେ ୧୦୧, ଜଗତସିଂହପୁରରେ ୧୩୦, ସୁନ୍ଦରଗଡ଼ରେ ୧୨୨, ନୂଆପଡ଼ାରେ ୭୪, ବଲାଙ୍ଗୀରରେ ୧୨୯, ବୌଦ୍ଧରେ ୩୮, କେନ୍ଦୁଝରରେ ୫୯, ମାଲକାନଗିରିରେ ୨୫, ମୟୂରଭଞ୍ଜରେ ୯୯, କଳାହାଣ୍ଡିରେ ୩୮, କନ୍ଧମାଳରେ ୫୨, ଗଜପତିରେ ୮୪, କୋରାପୁଟରେ ୧୭, ଢେଙ୍କାନାଳରେ ୪୨, ଝାରସୁଗୁଡ଼ାରେ ୧୫, ସମ୍ବଲପୁରରେ ୨୩ରେ ପହଞ୍ଚିଛି। ଅପରପକ୍ଷରେ ବରଗଡ଼ରେ ୧୮, ସୁବର୍ଣ୍ଣପୁର ଜିଲ୍ଲାରେ ୨୯ ଏବଂ ନବରଙ୍ଗପୁର ଜିଲ୍ଲାରେ ୨ଜଣ ଓ ରାୟଗଡ଼ା ଜିଲ୍ଲାରେ ୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ବି ଗଞ୍ଜାମ ଜିଲ୍ଲା ସଂକ୍ରମିତଙ୍କ ସଂଖ୍ୟାରେ ଶୀର୍ଷରେ ରହିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ତଥ୍ୟ ପ୍ରଦାନ କରାଯାଇଛି।
ଏବେ ରାଜ୍ୟରେ ମୋଟ୍ ୨୩୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୩୧ ରହିଛି।
ଅପରପକ୍ଷରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର