ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ସଂକ୍ରମିତ, ଜାଣନ୍ତୁ କେଉଁ ଜିଲ୍ଲାରେ ଏଯାବତ୍ କେତେଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି

ଭୁବନେଶ୍ବର: ରାଜ୍ୟରେ ଆଜି ସର୍ବାଧିକ ୩୦୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୨୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ପଶ୍ଚିମବଙ୍ଗରୁ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଫେରିଥିବା ୪୨ଜଣ ଅଗ୍ନିଶମ ଓ ଏନଡିଆରଏଫ୍ ଯବାନ୍ ଥିବାର ସୂଚନା ଦିଆଯାଇଛି।
ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୮୯୩, ଖୋର୍ଦ୍ଧାରେ ୪୪୪, ଯାଜପୁରରେ ୩୮୨ , କଟକରେ ୩୯୪, ବାଲେଶ୍ବରରେ ୨୯୪, , ପୁରୀରେ ୧୪୮, କେନ୍ଦ୍ରାପଡ଼ାରେ ୨୦୩, ଅନୁଗୁଳରେ ୫୫, ଦେବଗଡ଼ରେ ୪୧ , ଭଦ୍ରକରେ ୧୯୬, ପୁରୀରେ ୨୧୪, ନୟାଗଡ଼ରେ ୧୧୬, ଜଗତସିଂହପୁରରେ ୨୦୮, ସୁନ୍ଦରଗଡ଼ରେ ୧୪୭, ନୂଆପଡ଼ାରେ ୭୯, ବଲାଙ୍ଗୀରରେ ୧୫୧, ବୌଦ୍ଧରେ ୪୦, କେନ୍ଦୁଝରରେ ୯୮, ମାଲକାନଗିରିରେ ୫୩, ମୟୂରଭଞ୍ଜରେ ୧୪୫, କଳାହାଣ୍ଡିରେ ୬୪, କନ୍ଧମାଳରେ ୧୫୯, ଗଜପତିରେ ୨୩୮, କୋରାପୁଟରେ ୨୪, ଢେଙ୍କାନାଳରେ ୫୩, ଝାରସୁଗୁଡ଼ାରେ ୪୬, ସମ୍ବଲପୁରରେ ୨୬ରେ ପହଞ୍ଚିଛି। ଅପରପକ୍ଷରେ ବରଗଡ଼ରେ ୬୬, ସୁବର୍ଣ୍ଣପୁର ଜିଲ୍ଲାରେ ୩୫ ଏବଂ ନବରଙ୍ଗପୁର ଜିଲ୍ଲାରେ ୧୩ ଜଣ ଓ ରାୟଗଡ଼ା ଜିଲ୍ଲାରେ ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ବି ଗଞ୍ଜାମ ଜିଲ୍ଲା ସଂକ୍ରମିତଙ୍କ ସଂଖ୍ୟାରେ ଶୀର୍ଷରେ ରହିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ତଥ୍ୟ ପ୍ରଦାନ କରାଯାଇଛି।

ଏବେ ରାଜ୍ୟରେ ମୋଟ୍ ୩୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୦୭ ରହିଛି। ଅପରପକ୍ଷରେ ୧୪ ଜଣଙ୍କର ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୫ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର