ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ୬୭ଜଣଙ୍କ ମଧ୍ୟରୁ ୬୦ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୪ଜଣ ହୋମ୍ କ୍ବାରେଣ୍ଟାଇନରେ ଏବଂ ୩ଜଣ ସ୍ଥାନୀୟ ଲୋକ ଅଛନ୍ତି। ଆଜି ପୁରୀ ଜିଲ୍ଲାରୁ ସର୍ବାଧିକ ୧୬, ନୟାଗଡ଼ ଜିଲ୍ଲାରୁ ୧୩, ବଲାଙ୍ଗୀର ଓ ଗଞ୍ଜାମ ଜିଲ୍ଲାରୁ ୭ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ୬, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩, ମାଲକାନଗିରି ଓ କଟକ ଜିଲ୍ଲାରୁ ୨ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଜଗତସିଂହପୁର, ଢେଙ୍କାନାଳ ଓ ନୂଆପଡ଼ା ଆଜି ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ ଅଛନ୍ତି କେତେ ଆକ୍ରାନ୍ତ ଅଛନ୍ତି। ଆଜିର ତାଜା ତଥ୍ୟ ଅନୁସାରେ ଗଞ୍ଜାମ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪୮ରେ ପହଞ୍ଚିଛି । ଯାଜପୁର ଜିଲ୍ଲାରେ ଦ୍ୱିତୀୟ ସର୍ବାଧିକ ୨୩୯, ବାଲେଶ୍ୱର ଜିଲ୍ଲାରେ ୧୨୮, ଭଦ୍ରକ ଜିଲ୍ଲାରେ ୯୮, ଖୋର୍ଦ୍ଧା ଜିଲ୍ଲାରେ ୭୭, ପୁରୀ ଜିଲ୍ଲାରେ ୮୧, କଟକ ଜିଲ୍ଲାରେ ୫୯, କେନ୍ଦ୍ରାପଡ଼ା ଜିଲ୍ଲାରେ ୪୦, ସୁନ୍ଦରଗଡ଼ ଜିଲ୍ଲାରେ ୩୭, ବୌଦ୍ଧ ଜିଲ୍ଲାରେ ୩୩, ନୟାଗଡ଼ ଜିଲ୍ଲାରେ ୪୫ ଜଣ, ଜଗତସିଂହପୁର ଜିଲ୍ଲାରେ ୩୧ ଜଣ, ଅନୁଗୁଳ ଜିଲ୍ଲାରେ ୨୫, ମୟୂରଭଞ୍ଜ ଜିଲ୍ଲାରେ ୧୪ , କଳାହାଣ୍ଡି ଜିଲ୍ଲାରୁ ୧୭, କେନ୍ଦୁଝର ଜିଲ୍ଲାରେ ୧୧, ବଲାଙ୍ଗୀର ଜିଲ୍ଲାରେ ୧୬, ମାଲକାନଗିରି ଜିଲ୍ଲାରେ୧୦, ଝାରସୁଗୁଡ଼ା ଜିଲ୍ଲାରେ ୫, ସମ୍ବଲପୁର ଜିଲ୍ଲାରେ ୫, କନ୍ଧମାଳ ଜିଲ୍ଲାରେ ୫, ଗଜପତି ଜିଲ୍ଲାରେ ୪, ଦେବଗଡ଼ ଓ ଢେଙ୍କାନାଳ ଜିଲ୍ଲାରେ ୩ ଏବଂ ନୂଆପଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ସୁଦ୍ଧା ୨୭ ଜିଲ୍ଲାକୁ ବ୍ୟାପିଛି କରୋନା ସଂକ୍ରମଣ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/05/District-Wise-Corona-Cases-List_Thumbnail-750x430-1-2.jpg)