ଭୁବନେଶ୍ବର: ଆଜି ପୁଣି ଓଡ଼ିଶାରେ ଆଉ ୫ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କେତେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ପ୍ରାପ୍ତ ସୂଚନା ଅନୁଯାୟୀ ସବୁଠାରୁ ଅଧିକ କରୋନା ଆକ୍ରାନ୍ତ ଖୋର୍ଦ୍ଧା ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି। ଏହି ଜିଲ୍ଲାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ । ଅପରପକ୍ଷରେ ବାଲେଶ୍ୱର ଓ ଭଦ୍ରକରେ ୮ଜଣ ଲେଖାଁଏ, ଯାଜପୁରରେ ୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରେ ୩ ଜଣ, କେନ୍ଦ୍ରପଡ଼ା ଓ କଳାହାଣ୍ଡିରେ ୨ ଜଣ ଲେଖାଁଏ , କଟକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରେ ଜଣେ ଲେଖାଁଏ କରୋନା ପଜଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହି ଆକ୍ରାନ୍ତମାନେ ରାଜ୍ୟର ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମାନଙ୍କ ମଧ୍ୟରୁ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ୨୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୫୩ଟି ସକ୍ରିୟ ମାମଲା ରହିଛି । ଅପରପକ୍ଷରେ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।