ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ନବୀନ ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଦେଶର ବହୁ ପ୍ରସିଦ୍ଧ ଡାକ୍ତରମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଆପୋଲୋ ଗ୍ରୁପର ଯୁଗ୍ମ ପରିଚାଳନା ନିର୍ଦ୍ଦେଶିକା ସଂଗୀତା ରେଡ୍ଡୀ ନବୀନଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି।
/sambad/media/post_attachments/wp-content/uploads/2019/05/CM-Naveen-and-Doctors-team4-1024x682.jpg)
ଏସିଆନ ହାର୍ଟ ଇଷ୍ଟିଚ୍ୟୁଟ୍ର ଉପାଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ତଥା ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା ମଧ୍ୟ ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି।
ସେହିପରି ଜଣାଶୁଣା ଡାକ୍ତର ସୁବ୍ରତ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ପରେ ପୁଣି ସ୍ୱତନ୍ତ୍ର ସାକ୍ଷାତ କରିଛନ୍ତି।
ସୂଚନାଯୋଗ୍ୟ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବୁଧବାର ପୂର୍ବାହ୍ଣ ୧୦ଟା ୪୫ରେ ଶ୍ରୀ ପଟ୍ଟନାୟକ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଉତ୍ସବରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/05/CM-Naveen-and-Doctors-team.jpg)