ଭୁବନେଶ୍ୱର: ୨୦୨୫ରେ ନିଯୁକ୍ତି ପାଇଥିବା ରାଜ୍ୟର ୧୩ ହଜାରରୁ ଅଧିକ ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରାଯାଇଥିବାରୁ ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଛି। ଗୁରୁ ଦିବସ ଅବସରରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ଶତାଧିକ କନିଷ୍ଠ ଶିକ୍ଷକ ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟ ଅତିଥି ଭବନରେ ଭେଟି କୃତଜ୍ଞତା ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ

Advertisment

ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଇ ସରକାର ବିଭିନ୍ନ ପଦକ୍ଷେପ ନେଉଥିବାରୁ ସଂଘ ପକ୍ଷରୁ ସାଧୁବାଦ ଜ୍ଞାପନ କରାଯାଇଛି। ଏହି ଅବସରରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଥା ହୋଇ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାକୁ ଉପଦେଶ ଦେଇଥିଲେ। ଜୀବନରେ ଅନେକ ସମସ୍ୟା ଆସିବ। କିନ୍ତୁ ସମସ୍ତ ସମସ୍ୟାକୁ ସୁଯୋଗରେ ପରିଣତ କରି ଆଗକୁ ବଢ଼ିବା ଏବଂ ଜଣେ ଶିକ୍ଷକର ମୌଳିକ କର୍ତ୍ତବ୍ୟକୁ କଦାପି ଭୁଲି ନ ଯିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି।