ଭୁବନେଶ୍ବର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଟିକାକରଣ। ଏନେଇ ନିର୍ଦେଶକ,ପରିବାର କଲ୍ୟାଣ ତଥା ଷ୍ଟେଟ ନୋଡାଲ ହେଡ ଡାକ୍ତର ବିଜୟ ପାଣିଗ୍ରାହୀ କହିଛନ୍ତି, ରାଜ୍ୟରେ ଆଜି ୨୩୨୦ କେନ୍ଦ୍ରରେ ଟିକାକରଣ ଆରମ୍ଭ ହୋଇଛି। କେବଳ ରାଜଧାନୀ ଭୁବନେଶ୍ବରରେ ୧୯ଟି କେନ୍ଦ୍ରରେ ଟିକାକରଣ ଆରମ୍ଭ ହୋଇଛି। ଏହା କ୍ରମାଗତ ଭାବେ ୭୫ ଦିନ ଚାଲିବ। ୨ କୋଟି ୬୫ ଲକ୍ଷ ଲୋକ (୧୮ରୁ ୫୯ ବର୍ଷ)ଙ୍କୁ ପ୍ରିକ୍ସନ ଡୋଜ/ ବୁଷ୍ଟର ଡୋଜ ଦିଆଯିବ। ପରେ ଆବଶ୍ୟକତା ଅନୁଯାୟୀ ଓଡ଼ିଶାରେ ଟିକାକରଣ କେନ୍ଦ୍ରର ସଂଖ୍ୟା ବଢ଼ାଯିବ ବଢ଼ାଯିବ। ଏବେ ଆମ ପାଖରେ ୧୩ ଲକ୍ଷ ଡୋଜ୍ ଟିକା ରହିଛି ବୋଲି ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। କେନ୍ଦ୍ରସ୍ବାସ୍ଥ୍ୟ ବିଭାଗକୁ ଅଧିକ ଟିକା ଦେବା ଲାଗି ଅନୁରୋଧ କରାଯାଇଛି ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଆଜି ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଗତକାଲି ୮୦୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୦୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୦୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୦୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/bijay-panigrahi-750x430-1.jpg)