ବିଧାନସଭାରେ ଡ. ହରେକୃଷ୍ଣ ମହତାବଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭୁବନେଶ୍ବର : ଭାରତର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ରାଷ୍ଟ୍ରନୀତିଜ୍ଞ, ନବଉତ୍କଳର ନିର୍ମାତା ତଥା ଓଡ଼ିଶାର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ଡ.ହରେକୃଷ୍ଣ ମହତାବଙ୍କ ୩୪ ତମ ଶ୍ରାଦ୍ଧଦିବସ ବିଧାନସଭା ପରିସରରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ପ୍ରଫୁଲ୍ଲ ସାମଲ ଓ ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ସମ୍ବନ୍ଧିତ ଖବର