ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ

Advertisment
ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଦେହାନ୍ତ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ପୂର୍ବତନ ବରିଷ୍ଠ ପ୍ରଫେସର ତଥା ବରିଷ୍ଠ ସାମ୍ବାଦିକ ଡକ୍ଟର ପ୍ରଦୀପ ମହାପାତ୍ରଙ୍କର ପରଲୋକ ଘଟିଛି। ଗତକାଲି ରାତ୍ର ୨.୧୦ ମିନିଟରେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ମରଶରୀର ପୂର୍ବାହ୍ଣ ୧୦ଟା ବେଳେକୁ ବ୍ରହ୍ମପୁରରେ ପହଞ୍ଚିବ ବୋଲି ସୂଚନା ରହିଛି।

ସୂଚନାଯୋଗ୍ୟ, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସାମ୍ବାଦିକତା ଏବଂ ଗଣଯୋଗାଯୋଗ ବିଭାଗର ଅବସରପ୍ରାପ୍ତ ବିଭାଗୀୟ ମୁଖ୍ୟ ଡକ୍ଟର ପ୍ରଦୀପ ମହାପାତ୍ର ଗୁରୁତର ଭାବେ ଅସୁସ୍ଥ ହୋଇ  ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

କିଛିଦିନ ତଳେ ସେ ହଠାତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଅଣାଯାଇଥିଲା। ପ୍ରାଥମିକ ଅବସ୍ଥାରେ ତାଙ୍କର ନିମୋନିଆ ଯୋଗୁଁ ଫୁସଫୁସ ଗୁରୁତର ଭାବେ ଆକ୍ରାନ୍ତ ହୋଇଥିବା ଚିକିତ୍ସାରୁ ଜଣାପଡ଼ିଥିଲା। ଏହି ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା।

publive-image

ଚିକିତ୍ସା ସମୟରେ ତାଙ୍କର ହଠାତ୍ ହୃଦଘାତ ହେବା ସହ ମସ୍ତିଷ୍କ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ସୂଚନା ମିଳିଛି। ଡକ୍ଟର ମହାପାତ୍ରଙ୍କ ନିକଟରେ ତାଙ୍କ ସ୍ତ୍ରୀ ମନୋଜ ମଞ୍ଜରୀ ପଟ୍ଟନାୟକ ଓ ସମ୍ପର୍କୀୟବର୍ଗ ଉପସ୍ଥିତ ଥିଲେ। ଡକ୍ଟର ମହାପାତ୍ରଙ୍କ ଅସୁସ୍ଥତା ସମ୍ପର୍କରେ ଖବର ପାଇ ଦେଶ ବିଦେଶରେ ଥିବା ତାଙ୍କର ଛାତ୍ରଛାତ୍ରୀ ତଥା ଓଡ଼ିଶା ଗଣମାଧ୍ୟମର ପ୍ରମୁଖ ବ୍ୟକ୍ତିତ୍ୱମାନେ ଚିନ୍ତା ପ୍ରକାଶ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe