ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିୟାଲ୍‌

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିୟାଲ୍‌

hindustantimes.com

ଭୁବନେଶ୍ବର : କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିୟାଲ୍‌ ସୋମବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ଏକାଧିକ କାର୍ଯ୍ୟକ୍ରମରେ ଶ୍ରୀ ପୋଖରିୟାଲ୍‌ ଯୋଗ‌ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟରେ ଆୟୋଜିତ ହେବାକୁ ଥିବା ସୋଆ ଅଭିଭାଷଣ ସିରିଜ୍‌ରେ ‘ନୂଆ ଭାରତ ଲାଗି ନୂଆ ଶିକ୍ଷାନୀତି’ ଶୀର୍ଷକ ଉପରେ ବକ୍ତବ୍ୟ ପ୍ରଦାନ କରିବେ। ଏହି ଅବସରରେ ‘ସମୟର ଚିତ୍ରଲିପି’ ଶୀର୍ଷକ ଏକ ପୁସ୍ତକକୁ ଉନ୍ମୋଚନ କରାଯିବ। ଏହି ଅବସରରେ ଆଇଆଇଟି, ଏନ୍‌ଆଇଟି, କେନ୍ଦ୍ରୀୟ ବିଦ୍ୟାଳୟ ସଙ୍ଗଠନ, ନବୋଦୟ ବିଦ୍ୟାଳୟ ସଙ୍ଗଠନ ଅଧିକାରୀଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ସନ୍ଧ୍ୟାରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ, ଓଡ଼ିଶା ସରକାର, ଫିଟ୍‌ ଇଣ୍ଡିଆ, ଭାରତୀୟ ଖେଳର ମିଳିତ ସହଯୋଗରେ ରେଳ ପ୍ରେକ୍ଷାଳୟରେ ଆୟୋଜିତ ହେବାକୁ ଥିବା ପ୍ରଥମ ‘ଖେଲୋ ଇଣ୍ଡିଆ ୟୁନିଭରସିଟି ଗେମ୍‌’ରେ ଶ୍ରୀ ପୋଖରିୟାଲ୍‌ ସମ୍ମାନିତ ଅତିଥି ଭାବେ ଯୋଗଦେବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ, ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତୀ ବେହେରା, ସାଂସଦ ଅଚ୍ୟୁତ ସାମନ୍ତ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe