ନବୀନ ନିବାସରେ ଦ୍ରୌପଦୀ ମୁର୍ମୁ: ସ୍ବାଦି‌ଷ୍ଠ ଓଡ଼ିଆ ଭୋଜନରେ ଆପ୍ୟାୟିତ ହେ‌ଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

Advertisment
ନବୀନ ନିବାସରେ ଦ୍ରୌପଦୀ ମୁର୍ମୁ: ସ୍ବାଦି‌ଷ୍ଠ ଓଡ଼ିଆ ଭୋଜନରେ ଆପ୍ୟାୟିତ ହେ‌ଲେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ

ଭୁବନେଶ୍ବର: ଦିଲ୍ଲୀ ଫେରିଯିବା ପୂର୍ବରୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସକୁ ନିମନ୍ତ୍ରିତ ହୋଇ ଯାଇଥିଳେ । ସେଠାରେ ନବୀନଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ଏହାପରେ ଭଉଣୀ ଦ୍ରୌପଦୀ ମୁର୍ମୁଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରିଥିଲେ ଭାଇ ନବୀନ। ମଧ୍ୟାହ୍ନ ଭୋଜନରେ ଦ୍ରୌପଦୀଙ୍କୁ ପରଷା ଯାଇଥିଲା ନିରାମିଷ ଭେଜନ। ଏଥିରେ ସ୍ବାଦିଷ୍ଠ ଓଡ଼ିଆ ଖାଦ୍ୟ ଥିଲା। ଏହି ସମୟରେ ନବୀନ ନିବାସରେ ପାରିବାରିକ ପରିବେଶ ସୃଷ୍ଟି ହୋଇଥିଲା। ଦ୍ରୌପଦୀ ମୁର୍ମୁଙ୍କ ସହ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ଓ  ସାଂସଦ ପିନାକୀ ମିଶ୍ରଙ୍କୁ ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ କରାଯାଇଥିଲା। ଦ୍ରୌପଦୀ ମୁର୍ମୁ ଦିନିକିଆ ଓଡ଼ିଶା ଗସ୍ତ ଶେଷ କରି ନବୀନ ନିବାସରୁ ବିମାନବନ୍ଦର ଅଭିମୁଖେ ବାହାରିଥିଲେ।

publive-image
ଏହାପୂର୍ବରୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଧାନସଭାରେ ବିଜେଡି ବିଧାୟକ ଓ ସାଂସଦମାନଙ୍କୁ ଭେଟିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିଥିଲେ। ଏଥିରେ ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡିର ସାଂସଦ ଓ ବିଧାୟକମାନଙ୍କୁ ସମର୍ଥନ ଲୋଡ଼ିଥିଲେ। ନବୀନଙ୍କୁ ଭାଇ ସମ୍ବୋଧନ କରି ଦ୍ରୌପଦୀ ଭାବପ୍ରବଣ ହୋଇ କହିଛନ୍ତି, ମୁଁ ସୁଭଦ୍ରା ଭାବରେ ନବୀନ ଭାଇଙ୍କୁ ଜଗନ୍ନାଥ କରି ରାଖି ବାନ୍ଧିଛି। ଭଉଣୀ କିଛି ମାଗିବା ପୂର୍ବରୁ ଭାଇ ମୋ ମନଚାହିଁ ତାଙ୍କ ସମର୍ଥନ ଓ ସହଯୋଗର ହାତ ମୋତେ ଦେଇଛନ୍ତି। ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ବିଦେଶରେ ଥାଇ ବି ନବୀନ ଭାଇ ମୋତେ ଫୋନ୍ କରିଥିଲେ।

ଏଥିରେ ମୁଖ୍ୟମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ। ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେବା ଲାଗି ନିବେଦନ କରିବା ସହ ଦଳ ବାହାରେ ଅନ୍ୟମାନଙ୍କ ସମର୍ଥନ ଲାଗି ବି ଚେଷ୍ଟା କରାଯିବ ବୋଲି କହିଥିଲେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ମଧ୍ୟ ଉପସ୍ଥିତ ଥିଲେ।

ଏଣେ ବିଜେପି ସାଂସଦ ଓ ବିଧାୟକମାନେ ମଧ୍ୟ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe