ଭୁବନେଶ୍ବରରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ସ୍ବାଗତ ଜଣାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

Advertisment
ଭୁବନେଶ୍ବରରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ସ୍ବାଗତ ଜଣାଇଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର: ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି ବିଳମ୍ବିତ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ଆଜି ଅପରାହ୍ନରେ ମୟୂରଭଂଜ ଜିଲ୍ଲା ରାଇରଂଗପୁରରୁ  ଭୁବନେଶ୍ବର ଅଭିମୁଖେ ବାହାରିଥିଲେ। ଶ୍ରୀମତୀ ମୁର୍ମୁ ଭୁବନେଶ୍ବରସ୍ଥିତ ଏମ୍‌ସିଏଲ୍‌ ଗେଷ୍ଟ ହାଉସ୍‌ରେ ପହଞ୍ଚିଛନ୍ତି। ସେ ଏଠାରେ ପହଞ୍ଚିବା ପରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ଅପରାଜିତ ଷଡ଼ଙ୍ଗୀ ଓ ବିଜେପି ନେତା ଓ କର୍ମୀ ସ୍ବାଗତ ଜଣାଇଛନ୍ତି। ଦୌପଦୀ ମୁର୍ମୁ ଆଜି ଗେଷ୍ଟ ହାଉସ୍‌ରେ ରାତ୍ରୀ ଜାପାନ କରିବେ ।  ଆସନ୍ତାକାଲି ସକାଳୁ ସେ ଦିଲ୍ଲୀ ଅଭିମୁଖେ ବାହାରିବେ।

ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ତଥା ଓଡ଼ିଶାର ପୂର୍ବତନ ମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯାଇଛି । ଗତକାଲି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ସଭାପତି ଜେ.ପି.ନଡ୍ଡା ଘୋଷଣା କରିଛନ୍ତି । ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ପରେ ପ୍ରତିକ୍ରିୟା ପ୍ରକାଶ କରି ଦ୍ରୌପଦୀ ମୁର୍ମୁ ଆନନ୍ଦ ପ୍ରକାଶ କରିବା ସହ ବିଜୟ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ଓଡ଼ିଶା ପାଇଁ ଏକ ଗୌରବର ବିଷୟ ବୋଲି କୁହାଯାଉଛି । ଓଡ଼ିଶାର ମୟୁରଭଞ୍ଜ ଜିଲ୍ଲାରୁ ଆସୁଥିବା ମୁର୍ମୁ ପୂର୍ବରୁ ବିଜେପି-ବିଜେଡି ମେଣ୍ଟ ସରକାରରେ ଜଣେ ମନ୍ତ୍ରୀ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe