ଗୃହରେ ଡ୍ରାଇଭର, ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ: ସମାଧାନ ଦାବି କଲେ ନରସିଂହ, ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି କହିଲେ ମନ୍ତ୍ରୀ

ଗୃହରେ ଡ୍ରାଇଭର, ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ: ସମାଧାନ ଦାବି କଲେ ନରସିଂହ, ଉଚ୍ଚସ୍ତରୀୟ କମିଟି ଗଠନ ହୋଇଛି କହିଲେ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭା ଅଧିବେଶନର ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଡ୍ରାଇଭର ଏବଂ ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ ଉଠାଇଛନ୍ତି। ସରକାର ସେମାନଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ ପାଇଁ ଦାବି କରିଛନ୍ତି। ସେହିପରି ଶିକ୍ଷକଙ୍କୁ ଆନ୍ଦୋଳନ ପାଇଁ ଅନୁମତି ନମିଳିବା କଥାକୁ ମଧ୍ୟ ନିନ୍ଦା କରିଛନ୍ତି। ଧାରଣ ପାଇଁ ଅନୁମତି ନଦେବା ଘଟଣା ଅଗଣତାନ୍ତ୍ରିକ ବୋଲି କହିଛନ୍ତି।

ଡ୍ରାଇଭର ସଙ୍ଘର ଷ୍ଟେରିଙ୍ଗ ଛାଡ଼ ଧର୍ମଘଟ ଘଟଣା ଉପରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, ଏହାକୁ ନେଇ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଡ୍ରାଇଭର ସଙ୍ଘର ଯାହା ଯାହା ଦାବି ରହିଛି। ସେଇ ଦାବି ଗୁଡିକୁ ଆଲୋଚନାକୁ ନିଆଯିବ। ଆନ୍ଦୋଳନ ଯୋଗୁଁ ସାଧାରଣ ଲୋକ ହଇରାଣ ହରକତ ହେଉଛନ୍ତି। ଡ୍ରାଇଭର ସଂଘର ଦାବି ନେଇ ମୁଖ୍ୟମନ୍ତ୍ରୀ ସକାରାତ୍ମକ ଭାବେ ଚିନ୍ତା କରୁଛନ୍ତି। ଅନ୍ୟପଟେ ଧର୍ମଘଟ ନ କରିବା ପାଇଁ ଗତ କାଲି ଡ୍ରାଇଭର ସଙ୍ଘକୁ ନିଵେଦନ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe