ମାନସିକ ବିକୃତ ମହିଳାଙ୍କୁ ଗାଡ଼ି ଚାଳକଙ୍କ ଦୁଷ୍କର୍ମ: ପୀଡ଼ିତା ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ମାନସିକ ବିକୃତ ମହିଳାଙ୍କୁ ଗାଡ଼ି ଚାଳକଙ୍କ ଦୁଷ୍କର୍ମ: ପୀଡ଼ିତା ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

ନୟାଗଡ଼: ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳର ଜଣେ ମାନସିକ ବିକୃତ ମହିଳାଙ୍କୁ ଜଣେ ଗାଡ଼ି ଚାଳକଙ୍କ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। ପୀଡ଼ିତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳରେ ଜଣେ ମାନସିକ ବିକୃତି ଥିବା ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି। ପୀଡ଼ିତାଜଣଙ୍କ ଗତକାଲି ରାତିରେ ପିଣ୍ଡାରେ ଶୋଇଥିବା ବେଳେ ତାଙ୍କୁ କେହି ଦୁଷ୍କର୍ମ କରିଛି। ସକାଳୁ ସକାଳୁ ତାଙ୍କର ପ୍ରଚୁର ରକ୍ତସ୍ରାବ ହେଉଥିବା ଦେଖି ସ୍ଥାନୀୟ ଲୋକେ ଭର୍ତ୍ତି କରିଛନ୍ତି।

publive-image
ଖବର ପାଇ ଇଟାମାଟି ପୁଲିସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛି। ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ମହିଳାଙ୍କୁ ପଚାରିବାରୁ 'ପାଣ୍ଡା' ଏଭଳି କରିଥିବା କହିଛନ୍ତି। 'ପାଣ୍ଡା' ସ୍ଥାନୀୟ ଅଞ୍ଚଳର ଜଣେ ଗାଡ଼ି ଚାଳକ। ସେ ବ୍ରାଉନ ସୁଗାର ଭଳି ନିଶାରେ ବୁଡ଼ି ରହେ ବୋଲି ସ୍ଥାନୀୟ ବାସିନ୍ଦା ଗଣମାଧ୍ୟମକୁ କହିଛନ୍ତି। ଏଭଳି ସ୍ଥିତିରେ ପୁଲିସର ପଦକ୍ଷେପକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe