ହାଟଡିହି: ହାଟଡିହି ବ୍ଲକ୍ ସୋସୋ ଥାନା ଅଧୀନ ସରଳାପଶି ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ଯୁବକ ପ୍ରାଣ ହରାଇଛନ୍ତି। ପ୍ରାପ୍ତ ସୂଚନା ଅନୁସାରେ ପନ୍ଦାଡ଼ୋ ପଞ୍ଚାୟତ ସରଳାପଶି ଗ୍ରାମର ରାଜୁ ମୁଣ୍ଡା (୩୫)ଗତକାଲି ସନ୍ଧ୍ୟାରେ ନିକଟସ୍ଥ ପୋଖରୀକୁ ଶୌଚ ହେବାକୁ ଯାଇଥିଲେ। ଗୋଡ଼ ଖସିଯିବାରୁ ସେ ପାଣିରେ ବୁଡ଼ି ଯାଇଥିଲେ।
ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରି ପୋଖରୀରୁ ତାଙ୍କୁ ଉଦ୍ଧାର କରିଥିଲେ। ତୁରନ୍ତ ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋସୋ ଥାନା ପୁଲିସ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ପହଞ୍ଚି ଏକ ଶବ ଜବତ କରି ବ୍ୟବଚ୍ଛେଦ କରାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/21-14.jpg)