iStock
ଚମକପୁର: ଚମ୍ପୁଆ ଥାନା ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମରେ ଜଣେ ମହିଳା ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଆଜି ଗ୍ରାମର ଗହମି ମୁଣ୍ତା (୨୫) ଗାଁ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଅସାବଧାନତା ଯୋଗୁଁ ପାଣିରେ ବୁଡ଼ି ଯାଇଥିଲେ।
ତାଙ୍କ ମୃତଦେହ ପୋଖରୀରେ ଭାସୁଥିବା ଦେଖି ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଚମ୍ପୁଆ ଡାକ୍ତରଖାନା ପଠାଇଛି।
Follow Us