ଆସନ୍ତା ୨୪ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ବୁଧବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଗଜପତି ଓ କଳାହାଣ୍ଡି ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

Dailyhunt

୨୮ ଓ ୨୯ରେ ପାଖ ଶୁଖିଲା ରହିବ। ୩୦ରେ ପୁଣି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ୩୧ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀଜନିତ ବର୍ଷାର ସମ୍ଭାବନା ରହିଥିବା ବେଳେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଓ ଢ଼େଙ୍କାନାଳ ଆଦି ଜିଲ୍ଲାକୁ ଏନେଇ ସତର୍କ କରାଯାଇଛି। ଆଜି ଓଡ଼ିଶାର ମାଲକାନଗିରିିରେ ସର୍ବାଧିକ ତାପମାତ୍ରା ୪୦.୦ ଡିଗ୍ରି ସେଲସିୟସ୍‌ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୯.୫ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର