ଭୁବନେଶ୍ବର : ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଆର୍.ଏନ ସୁନକରଙ୍କ ଅଧ୍ୟକ୍ଷତାରେ ୪୯ତମ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟିର ଯୁଗ୍ମ ବୈଠକ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ପ୍ରମୁଖ ବିଭାଗୀୟ ଅଧିକାରୀବୃନ୍ଦ , ଖୋର୍ଦ୍ଧା ରୋଡ, ସମ୍ବଲପୁର, ୱାଲଟିୟର ଡିଭିଜନ ଏବଂ ମଞ୍ଚେଶ୍ୱର ରେଳ ଡବା ମରାମତି କାରଖାନାର ରାଜଭାଷା ଅଧିକାରୀମାନେ ଉପସ୍ଥିତ ଥିଲେ।
ମହାପ୍ରବନ୍ଧକ ଶ୍ରୀ ସୁନକର ଏହି ବୈଠକକୁ ସମ୍ବୋଧିତ କରି ରେଳ କର୍ମଚାରୀଙ୍କୁ ଦୈନନ୍ଦିନ ସରକାରୀ କାର୍ଯ୍ୟରେ ହିନ୍ଦୀ ଭାଷାର ବ୍ୟବହାର କରିବାକୁ ପରାମର୍ଶ କରିଥିଲେ। ସେ କହିଲେ, ହିନ୍ଦୀରେ ତାଲିମପ୍ରାପ୍ତ କର୍ମଚାରୀମାନେ ରାଜଭାଷାରେ ଅଧିକରୁ ଅଧିକ କାମ କରିବା ଉଚିତ୍। ଏହି ଅବସରରେ ସେ ହିନ୍ଦୀ ସାହିତ୍ୟିକମାନଙ୍କର ପ୍ରଭାବଶାଳୀ ଉଦ୍ଧୃତି ସମ୍ବନ୍ଧୀୟ ପୋଷ୍ଟରଗୁଡ଼ିକୁ ଉନ୍ମୋଚନ କରିଥିଲେ। ସେ ହିନ୍ଦୀ ଲେଖକମାନଙ୍କ ଉପରେ ଆଧାରିତ ପ୍ରଶ୍ନୋତ୍ତର ପ୍ରତିଯୋଗିତାର ବିଜେତାମାନଙ୍କୁ ମଧ୍ୟ ପୁରସ୍କୃତ କରିଥିଲେ।