ବିଜେପୁର ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର: ଆଜି ନିର୍ବାଚନ କମିସନ ବିଜେପୁର ଉପ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛନ୍ତି। ନିର୍ବାଚନ କମିସନଙ୍କ ବିଜ୍ଞପ୍ତି ଆଧାରରେ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବ୍ରୁଆରି ୬ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ୨୪ ତାରିଖରେ ଭୋଟ୍‌ ଗ୍ରହଣ କରାଯାଇ ଫେବୃଆରୀ ୨୮ରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ନିର୍ବାଚନ କମିସନଙ୍କ ବିଜ୍ଞପ୍ତିରେ କୁହାଯାଇଛି।

ସମ୍ବନ୍ଧିତ ଖବର