ଭୁବନେଶ୍ୱର: ଆଜି ନିର୍ବାଚନ କମିସନ ବିଜେପୁର ଉପ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିଛନ୍ତି। ନିର୍ବାଚନ କମିସନଙ୍କ ବିଜ୍ଞପ୍ତି ଆଧାରରେ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବ୍ରୁଆରି ୬ ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ଥିବା ବେଳେ ୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ୨୪ ତାରିଖରେ ଭୋଟ୍ ଗ୍ରହଣ କରାଯାଇ ଫେବୃଆରୀ ୨୮ରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ନିର୍ବାଚନ କମିସନଙ୍କ ବିଜ୍ଞପ୍ତିରେ କୁହାଯାଇଛି।
ବିଜେପୁର ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି
Advertisment
Follow Us