ଭୁବନେଶ୍ବର: ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଆରମ୍ଭ କରିଛି। ଆଜି ସକାଳୁ ଅର୍ଚ୍ଚନା ନାଗଙ୍କ କଳାହାଣ୍ଡି ଜିଲ୍ଲା କେସିଙ୍ଗାସ୍ଥିତ ବାପଘରେ ଇଡି ପକ୍ଷରୁ ଚଢ଼ାଉ ଚାଲିଛି। ସୂଚନା ଅନୁଯାୟୀ ସକାଳ ପ୍ରାୟ ସାଢ଼େ ୮ଟା ବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ୪ ଜଣ ଅଧିକାରୀ ସିଆରପିଏଫ୍ ପୁଲିସ ସହ ସେଠାରେ ପହଞ୍ଚିଥିଲେ। ସ୍ଥାନୀୟ ପୁଲିସର ସହାୟତା ନିଆଯାଇନାହିଁ। ଏହାଛଡ଼ା ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ଜଳେଶ୍ବର ଅଞ୍ଚଳରେ ଥିବା ପୈତୃକ ଘର ଓ ରାଜଧାନୀର ସତ୍ୟବିହାରସ୍ଥିତ ବାସଭବନ, ବନ୍ଧୁ ଖଗେଶ୍ୱର ଓ ଶ୍ରଦ୍ଧାଞ୍ଜଳିଙ୍କ ଘରେ ଏକକାଳୀନ ଚଢ଼ାଇ ଚାଲିଛି। ଶ୍ରଦ୍ଧାଞ୍ଜଳିଙ୍କ କଟକର ବାଙ୍କୀ ପୈତୃକ ବାସଭବନ ଓ ଖଗେଶ୍ୱରଙ୍କ ଗଙ୍ଗେଶ୍ବର ଘରେ ବି ଇଡି ଚଢ଼ାଉ କରାଯାଉଥିବାର ସୂଚନା ରହିଛି।
/sambad/media/post_attachments/wp-content/uploads/2022/10/ARCHANA-NAG.jpg)
ସୂଚନାଯୋଗ୍ୟ, କମିସନରେଟ ପୁଲିସ ପକ୍ଷରୁ ୨ଟି ଏତଲାର କପି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ହସ୍ତାନ୍ତର କରାଯାଇଥିଲା। ମିଳିଥିବା ସୂଚନା ଅନୁସାରେ କମିସନରେଟ ପୁଲିସ ଖଣ୍ଡଗିରି ଓ ନୟାପଲ୍ଲୀ ଥାନାରେ ହୋଇଥିବା ଏତଲାର କପି ଇଡିକୁ ହସ୍ତାନ୍ତର କରିଥିଲା।
ବେଆଇନ୍ ଆର୍ଥିକ କାରବାର ନେଇ ଇଡି ତଦନ୍ତ କରୁଛି। ଏଥିପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କମିସନରେଟ ପୁଲିସକୁ ଅର୍ଚ୍ଚନାର ବିରୋଧରେ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ହୋଇଥିବା ଏତଲାର କପି ମାଗିଥିଲା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନା ଓ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ଆର୍ଥିକ କାରବାର ନେଇ ଖୋଳତାଡ କରିବ ବୋଲି ଆଶା କରାଯାଉଛି। ଉଭୟ ସ୍ବାମୀ ଓ ସ୍ତ୍ରୀ ଏବେ ସେକ୍ସେଟୋର୍ସନ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି। ଗତ ୭ ତାରିଖରେ ଅର୍ଚ୍ଚନା ଗିରଫ ହେବାର ୧୫ ଦିନ ପରେ ସ୍ୱାମୀ ଜଗବନ୍ଧୁଙ୍କୁ ପୁଲିସ ଗିରଫ କରିଥିଲା।
ଗତ ୨୧ ତାରିଖରେ ଅର୍ଚ୍ଚନାର ସ୍ବାମୀ ଜଗବନ୍ଧୁ ଚାନ୍ଦ ଗିରଫ ହୋଇ ଝାରପଡ଼ା ଜେଲ୍ ଯିବା ପରେ ଡିସିପି ପ୍ରତୀକ ସିଂ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ ଯେ, ଅର୍ଚ୍ଚନାର ଅପରାଧିକ ଷଡଯନ୍ତ୍ରରେ ଜଗବନ୍ଧୁ ସାମିଲ ଥିଲେ। ଫଟୋ, ଭଡ଼ିଓ ଭାଇରଲ ସହ ବ୍ଲାକମେଲର ଜଗବନ୍ଧୁ ସମ୍ପର୍କ ରହିଛି। ୪ଟି ମୋବାଇଲ ଫୋନ୍, ଲାପଟପ ଓ ଡାଏରି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ସେହିପରି ପୀଡ଼ିତାଙ୍କର ୧୬୪ ଧାରରେ ବୟାନ ରେକର୍ଡ ହୋଇଛି। ଏ ଘଟଣାକୁ ଖଣ୍ଡଗିରି ଥାନା ଅଧିକାରୀ ତଦନ୍ତ କରୁଛନ୍ତି। ଅର୍ଚ୍ଚନାଙ୍କ ବିରୋଧରେ ନୟାପଲ୍ଲୀ ଥାନାରେ ଥିବା ପ୍ରଯୋଜକଙ୍କ ଅଭିଯୋଗର ରିମାଣ୍ଡ ଟ୍ୟାଗ ପାଇଁ କୋର୍ଟରେ ପ୍ରୋସେସ କରାଯାଉଛି। ଏଦିଗରେ ଅଧିକ ତଦନ୍ତ କରାଯାଉଛି। ତେଣୁ ଆଶା କରାଯାଉଛି ଯେ, ଏହି ମାମଲାରେ ବଡ଼ ଗୁମର ଖୋଲିପାରେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/448ca63b-340a-4a84-bab9-94493f8b4e78.jpg)