ଭୁବନେଶ୍ବର: ନିକଟରେ କେନ୍ଦ୍ର କ୍ୟାବିନେଟ ବୈଠକରେ ପାଲି, ପ୍ରାକୃତ, ମରାଠୀ, ଆସାମୀ(ଅହମିୟା) ଓ ବଙ୍ଗଳା ଭାଷାରେ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେବାକୁ ମଞ୍ଜୁର କରିଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଶାସ୍ତ୍ରୀୟ ଭାଷାର ମାନ୍ୟତା ପାଇଥିବା ଏହି ସବୁ ଭାଷାର ଭାଷାବିତମାନଙ୍କୁ ଭେଟି ସାକ୍ଷାତ ଆଲୋଚନା କରିଛନ୍ତି। 

Advertisment

ଶ୍ରୀ ପ୍ରଧାନ କହିଛନ୍ତି ଯେ ଆମ ଭାଷା ଗୁଡ଼ିକ ହେଉଛି ‘ଭାରତୀୟତା’ର ପ୍ରାଣ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସରକାର ସବୁ ଭାରତୀୟ ଭାଷା ବା ମାତୃଭାଷାରେ ଶିକ୍ଷାକୁ ପ୍ରୋତ୍ସାହିତ କରୁଛନ୍ତି। ଜାତୀୟ ଶିକ୍ଷା ନୀତିର କଳ୍ପନା ଅନୁସାରେ ଭାଷାଗତ ଐତିହ୍ୟକୁ ସମ୍ମାନ ଜଣାଇବା ସହ ସଂରକ୍ଷଣ କରିବା ପାଇଁ ସବୁ ପ୍ରକାର ପ୍ରୟାସ କରାଯାଉଛି। ମାତୃଭାଷା ଶିକ୍ଷାକୁ ସୁଗମ କରିବା, ସମସ୍ତ ଭାରତୀୟ ଭାଷା ଉପରେ ସମାନ ଗୁରୁତ୍ୱ ଦେବା ସହିତ ବହୁଭାଷାଭିତ୍ତିକ ଶିକ୍ଷାକୁ ପ୍ରୋତ୍ସାହିତ କରିବା ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି।

ନୂତନ ଶ୍ରେଣୀଭୁକ୍ତ ଶାସ୍ତ୍ରୀୟ ଭାଷାର ଭାଷାବିତ୍‌ମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

ଉଲ୍ଲେଖ ଯେ କେନ୍ଦ୍ର ସରକାର ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ଼, ମାଲାୟାଲମ୍‌ ଓ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇସାରିଛନ୍ତି। ସଂସ୍କୃତ ଭାଷାର ପ୍ରଚାର ପାଇଁ ସଂସଦର ଏକ ଅଧିନିୟମ ମାଧ୍ୟମରେ ୨୦୨୦ରେ ୩ଟି କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ପ୍ରାଚୀନ ତାମିଲ ଗ୍ରନ୍ଥଗୁଡ଼ିକର ଅନୁବାଦକୁ ସୁଗମ କରିବା ଅନୁସନ୍ଧାନକୁ ପ୍ରୋତ୍ସାହିତ କରିବା ଓ ତାମିଲର ଭାଷା ଛାତ୍ରମାନଙ୍କ ପାଇଁ ପାଠ୍ୟକ୍ରମ ପ୍ରଦାନ କରିବାକୁ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ ସଂସ୍ଥାନ ପ୍ରତିଷ୍ଠା କରାଯାଇଛି। ଶାସ୍ତ୍ରୀୟ ଭାଷାର ଅଧ୍ୟୟନ ଓ ସଂରକ୍ଷଣକୁ ଆହୁରି ବଢ଼ାଇବା ପାଇଁ ମହୀଶୁରରେ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆନ୍ ଲାଙ୍ଗୁଏଜ୍ ଅଧୀନରେ ଶାସ୍ତ୍ରୀୟ କନ୍ନଡ଼, ତେଲୁଗୁ, ମାଲାୟାଲମ୍ ଓ ଓଡ଼ିଆରେ ଅଧ୍ୟୟନ ପାଇଁ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଏହାସହ ଜାତୀୟ ଓ ଅର୍ନ୍ତଜାତୀୟ ପୁରସ୍କାର ମଧ୍ୟ ଆରମ୍ଭ ହୋଇଛି।