ଭୁବନେଶ୍ବର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ଗୁରୁବାର ପ୍ରତ୍ୟାହୃତ ହୋଇଛି। ନିର୍ବାଚନ ଆୟୋଗ ଆଜି ଓଡ଼ିଶାର ମୁଖ୍ୟ ସଚିବ ଓ କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କୁ ଚିଠି ଲେଖି ଏନେଇ ଅବଗତ କରାଇଛନ୍ତି।  ଅନ୍ୟପଟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ଓଡ଼ିଶାର ସପ୍ତଦଶ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ପ୍ରଦାନ କରିଛନ୍ତି।

Advertisment

ଓଡ଼ିଶାର ନୂଆ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶିତ ହେବାପରେ ଓଡ଼ିଶା ଗେଜେଟରେ ମଧ୍ୟ ଏହା ପୁନଃ ବିଜ୍ଞପିତ ହୋଇଛି। ରାଜ୍ୟପାଳ ଶ୍ରୀ ଦାସଙ୍କୁ ରାଜଭବନରେ ନିଜର ଟିମ୍ ସହ ଭେଟି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଏହି ବିଜ୍ଞପ୍ତି ପ୍ରଦାନ କରିଛନ୍ତି। ଓଡ଼ିଶାରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ପାଇଁ ରାଜ୍ୟପାଳ ଶ୍ରୀ ଦାସ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ସମେତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ ପାଇଁ ରାଜ୍ୟରେ ଗତ ମାର୍ଚ୍ଚ ୧୬ତାରିଖରୁ ଆଦର୍ଶ ଆଚରଣ ବିଧି ବଳବତ୍ତର ରହିଥିଲା। ଗତମାସ ୧୩ ତାରିଖ ଠାରୁ ଆରମ୍ଭ ହୋଇଥିବା ମତଦାନ ୪ଟି ଶେଷ ହୋଇଛି । ବିଜେପି ବିପୁଳ ବିଜୟ ସହ ରାଜ୍ୟରେ ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି ।