ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଂଶଗ୍ରହଣ ନିମନ୍ତେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାର୍ଥୀ/ପ୍ରାଥୀର୍ନୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ ସମୟରେ କୋଭିଡ୍-୧୯ ନିୟମାବଳୀ ଉଲ୍ଲଂଘନ ସହ ପ୍ରବଳ ଜନଗହଳି ହେଉଥିବା ରାଜ୍ୟ ନିର୍ବାଚନ କମିସନଙ୍କ ନଜରକୁ ଆସିଛିା ନିର୍ବାଚନ କମିସନ ଗତ ୧୫ ତାରିଖରେ ଅନୁଷ୍ଠିତ ହୋଇଥିବା ଜିଲ୍ଲାପାଳ-ଆରକ୍ଷୀ ଅଧୀକ୍ଷକ ସମ୍ମିଳନୀରେ ସ୍ପଷ୍ଟ ଭାବେ ଉଲ୍ଲେଖ କରିଥିଲେ ଯେ ଜଣେ ଡି.ଏସ୍.ପି ପାହ୍ୟାର ପୁଲିସ ଅଧିକାରୀଙ୍କୁ କୋଭିଡ଼୍ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯିବ ଓ ପ୍ରାର୍ଥୀ/ପ୍ରାର୍ଥୀର୍ନୀମାନଙ୍କର ନାମାଙ୍କନ ପତ୍ର ଦାଖଲ ଓ ନିର୍ବାଚନୀ ବୈଠକ ସମୟରେ ହେଉଥିବା ଭିଡ଼କୁ ନିୟନ୍ତ୍ରଣ ସହ କଡ଼ାକଡ଼ି ଭାବେ କୋଭିଡ୍-୧୯
ନିୟମାବଳୀର ଅନୁପାଳନ କରାଯିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲୋ

Advertisment

ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ ହେଉଥିବାରୁ ନାମାଙ୍କନ ପତ୍ର ଦାଖଲବେଳେ ପ୍ରବଳ ଜନଗହଳି ହେବାର ଆଶଙ୍କା କରାଯାଉଛିା ଏହି ମର୍ମରେ ଆଜି
ନିର୍ବାଚନ କମିସନ ନାମାଙ୍କନ ପତ୍ର ଦାଖଲ ସମୟରେ ହେଉଥିବା ଭିଡ଼ ନିୟନ୍ତ୍ରଣ ସହ କୋଭିଡ୍-୧୯ ନିର୍ଦ୍ଦେଶାବଳୀର କଡ଼ାକଡ଼ି ଅନୁପାଳନ ନିମନ୍ତେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କୁ ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତିା