ଓଡ଼ିଶାରେ କେବେ କେଉଁଠି ହେବ ଲୋକସଭା ଓ ବିଧାନସଭା ନିର୍ବାଚନ

ଭୁବନେଶ୍ୱର: ଓଡ଼ିଶାରେ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୪ଟି ପର୍ଯ୍ୟାୟରେ ମତଦାନ ହେବ। ପ୍ରଥମ ପର୍ଯ୍ୟାୟରେ ଆଗାମୀ ଏପ୍ରିଲ ୧୧ରେ ମତଦାନ ହେଉଥିବା ବେଳେ ଅନ୍ତିମ ପର୍ଯ୍ୟାୟର ମତଦାନ ଏପ୍ରିଲରେ ୨୯ରେ ହେବ। ସେହିପରି ୨ୟ ପର୍ଯ୍ୟାୟରେ ମତଦାନ ଏପ୍ରିଲ ୧୮ ଓ ୩ୟ ପର୍ଯ୍ୟାୟରେ ମତଦାନ ଏପ୍ରିଲ ୨୩ରେ ହେବ। ସୂଚନାଯୋଗ୍ୟ ଓଡ଼ିଶାର ପ୍ରତିଟି ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଅଛି।

କେବେ କେଉଁ ନିର୍ବାଚନ ମଣ୍ଡଳୀରେ ନିର୍ବାଚନ ହେବ

ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୧: କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଲୋକସଭା ନିର୍ବାଚନ ମଣ୍ଡଳୀ
ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୧୮: ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସିକା ନିର୍ବାଚନ ମଣ୍ଡଳୀ
ତୃତୀୟ ପର୍ଯ୍ୟାୟ ଏପ୍ରିଲ ୨୩: ସମ୍ବଲପୁର, କେନ୍ଦୁଝର, କଟକ, ଢେଙ୍କାନାଳ, ପୁରୀ ଓ ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ
ଚତୁର୍ଥ ପର୍ଯ୍ୟାୟ ଏପ୍ରିଲ ୨୯: ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଲୋକସଭା ନିର୍ବାଚନ ମଣ୍ଡଳୀ

ସପ୍ତଦଶ ଲୋକସଭା ନିର୍ବାଚନ ଏବଂ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଆଗାମୀ ଏପ୍ରିଲ ୧୧ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀ ଓ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ନିର୍ବାଚନ ପାଇଁ ମାର୍ଚ୍ଚ ୧୮ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏଥିପାଇଁ ମାର୍ଚ୍ଚ ୨୫ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ବୋଲି ରବିବାର ଓଡ଼ିଶାର  ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର