ଏପ୍ରିଲ ୩ରେ ହେବ ହିନ୍ଦୋଳ ଓ ଅତାବିରା ଏନ୍‌ଏସିରେ ‌ଭୋଟ୍‌ ଗ୍ରହଣ

Advertisment
ଏପ୍ରିଲ ୩ରେ ହେବ ହିନ୍ଦୋଳ ଓ ଅତାବିରା ଏନ୍‌ଏସିରେ ‌ଭୋଟ୍‌ ଗ୍ରହଣ

ଭୁବନେଶ୍ବର: ଆସନ୍ତା ଏପ୍ରିଲ ୩ ତାରିଖରେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ନିର୍ବାଚନ ପାଇଁ ମତଦାନ କରାଯିବ। ଏପ୍ରିଲ ୫ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ସେହିଭଳି ଏପ୍ରିଲ ୧୯ ତାରିଖରେ ଏନ୍‌ଏସି ଅଧ୍ୟକ୍ଷ ନିର୍ବାଚନ ହେବ। ଆଜିଠାରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ସମ୍ପୃକ୍ତ ବିଜ୍ଞାପିତ ଅଞ୍ଚଳରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଆଜି ଏ ସଂକ୍ରାନ୍ତରେ ରାଜ୍ୟ ନିର୍ବାଚନ କମିସନ୍ ସୂଚନା ଦେଇଛନ୍ତି।

ଉଭୟ ହିନ୍ଦୋଳ ଓ ଅତାବିରା ଏନଏସିରେ ମୋଟ ୨୮ଟି ୱାର୍ଡର ୩୨ ବୁଥ ଅଛି। ଏଥିରେ ୨୩ ହଜାର ୩୯୭ ଭୋଟର ରହିଛନ୍ତି। ନିର୍ବାଚନରେ ପ୍ରାର୍ଥୀ କେତେ ଟଙ୍କା ଖର୍ଚ୍ଚ କରିପାରିବେ ସେ ନେଇ ରାଜ୍ୟ ନିର୍ବାଚନ କମିସନ ପକ୍ଷରୁ ସୂଚନା ଦିଆଯାଇଛି। ୫୦ ହଜାର ପର୍ଯ୍ୟନ୍ତ ଜନସଂଖ୍ୟା ଥିବା କାଉନସିଲର ପ୍ରାର୍ଥୀମାନଙ୍କ ପାଇଁ ଖର୍ଚ୍ଚ ସୀମା ୫୦ ହଜାର ଟଙ୍କା ହୋଇପାରିବ। ୫୦ ହଜାର ପର୍ଯ୍ୟନ୍ତ ଜନସଂଖ୍ୟା ଥିବା ଅଧ୍ୟକ୍ଷ ପ୍ରାର୍ଥୀମାନଙ୍କ ପାଇଁ ଖର୍ଚ୍ଚ ସୀମା ୨ ଲକ୍ଷ ଟଙ୍କା ହୋଇପାରିବ। ସେହିଭଳି ୫୦ ହଜାରରୁ ୧ ଲକ୍ଷ ପର୍ଯ୍ୟନ୍ତ ଜନସଂଖ୍ୟା ଥିବା କାଉନସିଲର ପ୍ରାର୍ଥୀମାନଙ୍କ ପାଇଁ ଖର୍ଚ୍ଚ ସୀମା ୭୫ ହଜାର ଟଙ୍କା କରାଯାଇଛି। ୧ ଲକ୍ଷରୁ ଉର୍ଦ୍ଧ୍ବ ଜନସଂଖ୍ୟା ଥିବା କାଉନସିଲର ପ୍ରାର୍ଥୀମାନଙ୍କ ପାଇଁ ଖର୍ଚ୍ଚ ସୀମା ୧ ଲକ୍ଷ ଟଙ୍କା ରହିଛି। ୧ ଲକ୍ଷରୁ ଊର୍ଦ୍ଧ୍ବ ଜନସଂଖ୍ୟା ଥିବା ଅଧ୍ୟକ୍ଷ ପ୍ରାର୍ଥୀମାନଙ୍କ ପାଇଁ ଖର୍ଚ୍ଚ ସୀମା ୫ ଲକ୍ଷ ଟଙ୍କା ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe