ଦୁର୍ଘଟଣାରେ ବିଦ୍ୟୁତ୍‌ କର୍ମଚାରୀଙ୍କ ମୃତ୍ୟୁ

Advertisment
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ: ପକେଟରେ ଥିବା ୪ ଲକ୍ଷ ଟଙ୍କା ଗଲା କୁଆଡ଼େ?

stock.adobe.com

ରାମଚନ୍ଦ୍ରପୁର : କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ବିଦ୍ୟୁତ୍‌ ସେକ୍ସନ କାର୍ଯ୍ୟାଳୟରେ କାର୍ଯ୍ୟରତ ରାଜକିଶୋର ଜେନାମଣି (୩୯)ଙ୍କ ମଙ୍ଗଳବାର ସକାଳେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ରାଜ‌କିଶୋର ମଙ୍ଗଳବାର ସକାଳୁ ନିଜ ଗାଁ ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଢୋଲପଥରରୁ ବାଇକ୍‌ ଯୋଗେ ରାମଚନ୍ଦ୍ରପୁରସ୍ଥିତ ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ଆସୁଥିଲେ। ବାଘୁଆପାଳ ଗ୍ରାମ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ସହ ତାଙ୍କ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ତାଙ୍କ ମୃ୍ତ୍ୟୁ ଖବର ଜଣାପଡ଼ିବା ପରେ ଆନନ୍ଦପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଆନନ୍ଦପୁର ବିଦ୍ୟୁତ୍‌ ବିଭାଗ ଏସ୍‌ଡିଓ ପ୍ରତାପ ବେହେରା, ରାମଚନ୍ଦ୍ରପୁର ସେକ୍ସନର କନିଷ୍ଠ ଯନ୍ତ୍ରୀ ରାଜକିଶୋର ପଇ, ଜିଲ୍ଲା ବିଦ୍ୟୁତ୍‌ କର୍ମଚାରୀ ସଂଘ ସାଧାରଣ ସମ୍ପାଦକ ରାଜେଶ ଦାସ, ସଭାପତି ଦେବପ୍ରିୟ ପାତ୍ର ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe