ଭୁବନେଶ୍ବର: ସୁଭଦ୍ରା ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଆଜି ଏଭଳି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି। ସେମାନେ କାହିଁକି ବଞ୍ଚିତ ହେଲେ, ରେସନ କାର୍ଡ ଅଛି କି ନାହିଁ, କେୱାଇସି ଅପଡେଟ୍ ହୋଇଛି କି ନାହିଁ ଏଭଳି ଅନେକ ତର୍ଜମା କରାଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡ଼ା। ଆଜି ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧକ୍ଷତାରେ ଲୋକସେବା ଭବନରେ ଏନେଇ ସମୀକ୍ଷା ବୈଠକ ହୋଇଥିବା ଜଣାଯାଇଛି ।
ବୈଠକ ପୂର୍ବରୁ ୩ବିଭାଗକୁ ତଥ୍ୟ ମାଗିଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ । ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଥିବା ମହିଳାଙ୍କ ତଥ୍ୟ ମଗା ଯାଇଥିବା ବେଳେ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା । ସେହିପରି ଧାନ ବିକ୍ରି କରିଥିବା ମହିଳାଙ୍କ ନାଁରେ କେତେ ଜମି ପଞ୍ଜୀକରଣ ହୋଇଛି ତା’ର ରିପୋର୍ଟ ଖାଦ୍ୟ ଯୋଗାଣ ବିଭାଗକୁ ମଗାଯାଇଥିଲା । ତିନି ବିଭାଗର ରିପୋର୍ଟ ଆଧାରରେ ଆଜି ସୁଭଦ୍ରା ସମୀକ୍ଷା ବୈଠକ କରାଯାଇଛି । ତିନି ବିଭାଗର ଦେଇଥିବା ରିପୋର୍ଟର ଯାଞ୍ଚ ହେବା ପରେ ବଞ୍ଚିତ ହୋଇଥିବା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାରେ ଯୋଡ଼ାଯିବ। ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/03/18/2025-03-18t050210493z-t.jpg)
/sambad/media/media_files/2025/09/10/new-project-1-2025-09-10-13-47-10.jpg)