ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର: ଦୁଇ ମହିଳା ନକ୍ସଲ ନିହତ

Advertisment

ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ମହିଳା ନକ୍ସଲ ନିହତ ହୋଇଛନ୍ତି। ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ନକ୍ସଲ ମୁହାଁମୁହିଁ ହୋଇଥିଲେ। ନକ୍ସଲମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ...

ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ମହିଳା ନକ୍ସଲ ନିହତ ହୋଇଛନ୍ତି। ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ନକ୍ସଲ ମୁହାଁମୁହିଁ ହୋଇଥିଲେ। ନକ୍ସଲମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ...

Encounter with security forces: Two women Naxals killed

Encounter with security forces: Two women Naxals killed Photograph: (sambad.in)

ମାଲକାନଗିରି: ଓଡ଼ିଶା ସୀମାନ୍ତ ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇ ମହିଳା ନକ୍ସଲ ନିହତ ହୋଇଛନ୍ତି। ନାରାୟଣପୁର ଜିଲ୍ଲା ଅବୁଝମାଡ଼ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ନକ୍ସଲ ମୁହାଁମୁହିଁ ହୋଇଥିଲେ। ନକ୍ସଲମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼  କରିଥିଲେ।

ଏ ସମ୍ପର୍କରେ ବସ୍ତର ଆଇଜି ପି. ସୁନ୍ଦରରାଜ କହିଛନ୍ତି, ‘ସୁରକ୍ଷା ବାହିନୀ ଗତ ମାସରେ ନକ୍ସଲ ବିରୋଧୀ ଅଭିଯାନରେ ସଫଳତା ହାସଲ କରିଥିଲେ। ଏବେ  ବର୍ଷା ଋତୁରେ ମଧ୍ୟ ଅପରେସନ ଜାରି ରହିଛି। ଜୁନ୍ ୨୫ ତାରିଖରେ, ଏସଟିଏଫ-ଡିଆରଜିର ଏକ ଦଳ ନାରାୟଣପୁର ଜିଲ୍ଲାର ଆବୁଝମାଡରେ ଏକ ସର୍ଚ୍ଚ ଅପରେସନ୍ ପାଇଁ ବାହାରିଥିଲେ, ଏହି ସମୟରେ ନକ୍ସଲ ଏବଂ ସୁରକ୍ଷା ବାହିନୀ ମୁହାମୁହାଁ ହୋଇଥିଲେ। ଉଭୟ ପକ୍ଷଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଗୁଳି ବିନିମୟ ପରେ ସର୍ଚ୍ଚ ଅପରେସନ ସମୟରେ, ଦୁଇ ମହିଳା ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେମାନଙ୍କ ପାଖରୁ ଗୋଟିଏ ଇନସାସ୍ ରାଇଫଲ୍ ଏବଂ ଗୋଟିଏ ୩୧୫ ରାଇଫଲ୍ ଜବତ କରାଯାଇଥିଲା। ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।’

ଅଧିକ ପଢ଼ନ୍ତୁ: ରିଲ୍ସ କରୁ କରୁ ୧୩ତମ ମହଲାରୁ ପଡ଼ି ଗଲା ଯୁବତୀଙ୍କ ଜୀବନ

Malkangiri | Naxal | Crime

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe