ସରକାରୀ ଜମି ଜବରଦଖଲ ଅଭିଯୋଗ, ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

କଟକ : ଭୁବନେଶ୍ୱରର କଳାରାହାଙ୍ଗ ମୌଜାରେ ୫୦ ଏକର ସରକାରୀ ଜମିରୁ ଜବର ଦଖଲ ଉଚ୍ଛେଦ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଖୋର୍ଦ୍ଧା ଜିଲ୍ଲା କଲ୍ୟାଣପୁରର ଅଚ୍ୟୁତାନନ୍ଦ ସ୍ୱାଇଁଙ୍କ ପକ୍ଷରୁ ଦାୟର ଜନସ୍ୱାର୍ଥ ମାମଲାରେ ଦର୍ଶାଯାଇଛି ଯେ ଭୁବନେଶ୍ୱର ତହସିଲ ଅନ୍ତର୍ଗତ କଳାରାହାଙ୍ଗ ମୌଜାରେ ପ୍ରାୟ ୫୦ ଏକର ସରକାରୀ ଜମି ଜବର ଦଖଲ କରି କେତେକ ବ୍ୟକ୍ତି ଘର, ବିଭିନ୍ନ ଅନୁଷ୍ଠାନ, କ୍ଲବ ନିର୍ମାଣ କରିଛନ୍ତି। ଘଟଣାର ଉପଯୁକ୍ତ ତଦନ୍ତ ସହିତ ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ପ୍ରାର୍ଥନା କରି ଏହି ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି ବୋଲି ଆବେଦନରେ ଦର୍ଶାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅନ୍ତର୍ଯ୍ୟାମୀ ସ୍ୱାଇଁ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର