ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗର ବିଳାସପୂର୍ଣ୍ଣ ବାସଭବନ ଓ ଗାଡ଼ି ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଲେଡି ବ୍ଲାକମେଲର୍ ଅର୍ଚ୍ଚନା ନାଗଙ୍କର ରାଜଧାନୀର ସତ୍ୟବିହାରରେ ଥିବା ବିଳାସପୂର୍ଣ୍ଣ ବାସଭବନ ଆଟାଚ୍ କରିଛି। ଏହାଛଡ଼ା ତାର ଦୁଇଟି ଦାମୀ ଗାଡ଼ିକୁ ବି ଆଟାଚ୍ କରିଛି। ମନି ଲଣ୍ଡରିଂ ମାମଲାରେ ଇଡି ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘରର ମୂଲ୍ୟ ୩ କୋଟି ୬୪ ଲକ୍ଷ ବୋଲି ଦର୍ଶାଇଛି ଇଡି। ଏଣେ  ଦୁଇଟି ଗାଡ଼ିର ମୂଲ୍ୟ ୫୬ ଲକ୍ଷ ୫୦ ହଜାର ବୋଲି କୁହାଯାଇଛି। ବ୍ଲାକମେଲର୍ ଅର୍ଚ୍ଚନା ନାଗ, ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ, ଶ୍ରଦ୍ଧାଞ୍ଜଳି ବେହେରା ଓ ଖଗେଶ୍ୱର ପାତ୍ରଙ୍କ ସହଯୋଗରେ ଏହି ଅର୍ଥ ରୋଜଗାର କରିଥିବା ଦର୍ଶାଇଛି ଇଡି।

୨୪୧ପୃଷ୍ଠା ସମ୍ବଳିତ ଏହି ଚାର୍ଜସିଟରେ ଅଭିଯୁକ୍ତ ଭାବେ ୪ ଜଣଙ୍କର ନାମ ରହିଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ ଅର୍ଚ୍ଚନା ନାଗ, ତାଙ୍କ ପତି ଜଗବନ୍ଧୁ ଚାନ୍ଦ, ସହଯୋଗୀ ଖଗେଶ୍ବର ପାତ୍ର ଓ ଶ୍ରଦ୍ଧାଞ୍ଜଳି ବେହେରା। ସେହିପରି ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ମଞ୍ଚେଶ୍ବର ଥାନା ଅଧୀନ ସତ୍ୟବିହାରରେ ଥିବା ବିଳାସମୟ ଘରକୁ ମଧ୍ୟ ଇଡି ଆଟାଚ୍‌ କରିଛି। ଏହି ଘରର ମୂଲ୍ୟ ୩.୪ କୋଟି ଟଙ୍କା ଆକଳନ କରାଯାଇଛି। କିଛିଦିନ ତଳେ ଇଡି ଉକ୍ତ କୋଠା ମାପଚୁପ କରିଥିଲା। ମୋଟ ୧୫ ଜଣ ସାକ୍ଷୀଙ୍କ ବୟାନ ଆଧାରରେ ଏହି ଚାର୍ଜସିଟ୍ ପ୍ରସ୍ତୁତ ହୋଇଛି।

ଚାର୍ଜସିଟରେ ଇଡି ଉଲ୍ଲେଖ କରିଛି ଯେ ଅର୍ଚ୍ଚନା ନାଗ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ। ସେ ନଗ୍ନ ଭିଡିଓ ସୁଟିଂ କରି ବ୍ଲାକମେଲ୍ କରୁଥିଲେ। ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ବରଙ୍କ ବିରୋଧରେ ମନି ଲଣ୍ଡରିଂର ବ୍ୟାପକ ପ୍ରମାଣ ମିଳିଛି। ୩ ଜଣଙ୍କ ଆକାଉଣ୍ଟରେ କୋଟି କୋଟି ଟଙ୍କାର କାରବାର ହୋଇଛି। ଅର୍ଚ୍ଚନାଙ୍କ ମାୟାଜାଲରେ ଅନେକ ପ୍ରଭାବଶାଳୀ ବ୍ୟକ୍ତି ପଡ଼ିଛନ୍ତି। ଫିଲ୍ମ ପ୍ରଯୋଜକଙ୍କଠାରୁ ଆରମ୍ଭ କରି ହୋଟେଲ ବ୍ୟବସାୟୀ, ବିଲଡର, ନେତା ଓ ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଅର୍ଚ୍ଚନାଙ୍କ ବ୍ଲାକମେଲ୍‌ର ଶିକାର ହୋଇଛନ୍ତି। ୨୨୪୧ ପୃଷ୍ଠାର ଏହି ଚାର୍ଜସିଟରେ ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ସବିଶେଷ ତଥ୍ୟ ରହିଛି।

ସମ୍ବନ୍ଧିତ ଖବର