ଇଂଜିନିୟରିଂ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା : ମାମଲା ରୁଜୁ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଇଂଜିନିୟରିଂ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା : ମାମଲା ରୁଜୁ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ଗୁଣୁପୁର ସ୍ଥିତ ଏକ ଘରୋଇ ଇଂଜିନିୟରିଂ କଲେଜର ଦ୍ୱିତୀୟ ବର୍ଷ ଇଂଜିନିୟରିଂ ବିଭାଗ ଛାତ୍ର ଅରଜିତ ସାହୁଙ୍କ ମୃତ୍ୟୁ ଘଟଣାରେ ଏତଲା ରୁଜୁ କରି ତଦନ୍ତ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଡକ୍ଟର ଜଷ୍ଟିସ ବି.ଆର୍‌.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ମୃତ ଛାତ୍ରଙ୍କ ବାପା ପୀତାମ୍ବର ସାହୁଙ୍କ ପକ୍ଷରୁ ରୁଜୁ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମୃତ ଛାତ୍ରଙ୍କ ବାପାଙ୍କ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରି ପୁଲିସ ତଦନ୍ତ କରିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଶଶିଭୂଷଣ ଦାସ ମାମଲା ପରିଚାଳନା କରୁଛନ୍ତି। ସୂଚନାଯୋଗ୍ୟ ଯେ ୨୦୧୪, ଏପ୍ରିଲ ୬ରେ କଲେଜ ଛାତ୍ରାବାସରେ ଅରଜିତଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe