ଜଳୁଛି ସାରା ଓଡିଶା,ଆହୁରି ୩ ଦିନ କଲବଲ କରିବ ତାତି

ସାରା ଓଡ଼ିଶା ଜଳୁଛି। ତାତିର ତାଉରେ ଓଡ଼ିଶାବାସୀ ସିଜୁଛନ୍ତି। ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆହୁରି ୩ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି କଲବଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି....

Entire Odisha is burning, heat wave to continue for another 3 days

Entire Odisha is burning, heat wave to continue for another 3 days Photograph: (sambad.in)

ଭୁବନେଶ୍ବର: ସାରା ଓଡ଼ିଶା ଜଳୁଛି। ତାତିର ତାଉରେ ଓଡ଼ିଶାବାସୀ ସିଜୁଛନ୍ତି। ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ  ହେଉଥିବା ବେଳେ ଆହୁରି ୩ ଦିନ  ଅସହ୍ୟ ଗରମ ଓ ଗୁଳୁଗୁଳି କଲବଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୨ ଦିନ ଯାଏ ସିଭିୟର ହିଟ୍ ୱେଭ୍‌କୁ ନେଇ ଝାରସୁଗୁଡା ପାଇଁ  ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।  ଦିନର ତାପମାତ୍ରା ୪୬ ଡିଗ୍ରି ପାର କରିବାର ସମ୍ଭାବନା ରହିଛି ।  ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ତାତିକୁ  ନେଇ ୫  ଜିଲ୍ଲା ବୌଦ୍ଧ ବଲାଙ୍ଗୀର, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡକୁ ହିଟ୍ ୱେଭ୍ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ନୂଆପଡା, ବରଗଡ଼,କଳାହାଣ୍ଡି, ଦେଓଗଡ ଓ ଅନୁଗୁଳ ଏହି ୫  ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ  ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା,ଯାଜପୁର, କଟକ, ଜଗତସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ,ଗଞ୍ଜାମ,କେନ୍ଦୁଝର ,ଢେଙ୍କାନାଳଗଜପତି ଏହି ୧୩ ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି  କରାଯାଇଛି। ସେହିପରି ଉଷ୍ମ ରାତ୍ରି ପାଇଁ ସମ୍ବଲପୁର ସୁନ୍ଦରଗଡ ଓ ବଲାଙ୍ଗୀର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।  

ଗ୍ରୀଷ୍ମ ପ୍ରବାହକୁ ନେଇ ଆସନ୍ତାକାଲି ଗୁରୁବାର ପାଇଁ ବୌଦ୍ଧ, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼,ବଲାଙ୍ଗୀର, ଓ ସୋନପୁର ଏହି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି  ଅନୁଗୁଳ ନୂଆପଡା ଓ ଦେଓଗଡକୁ ହିଟ ୱେଭ ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି।

ଏହାସହ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା,ଯାଜପୁର, କଟକ, ଜଗସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ,ଗଞ୍ଜାମ, କେନ୍ଦୁଝର, ଢେଙ୍କାନାଳ ଓ ଗଜପତି ଆଦି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  କରାଯାଇଛି।

ଉଷ୍ମ ରାତ୍ରି ପାଇଁ ସମ୍ବଲପୁର ସୁନ୍ଦରଗଡ ଓ ବଲାଙ୍ଗୀର ପାଇଁ ଅରେଞ୍ଜ ସହ ମୟୁରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ  ଜାରି ହୋଇଛି।  ୨୬ ତାରିଖ ଯାଏ ଅସମ୍ଭାଳ ଗରମ ସହ ଗୁଳୁଗୁଳି ଜାରି ରହିବା ସହ ଆଗାମୀ ୩ ଦିନ ଯାଏ ୨ ରୁ ୪ ଡିଗ୍ରି ଯାଏ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ୨୭ ପରେ ପାଗରେ ପରିବର୍ତନ ସହ  ପୁଣି କାଳବୈଶାଖୀ ବର୍ଷାର ସମ୍ଭାବନା ଅଛି।

ଗତ ୨୪ ଘଣ୍ଟାରେ ୫ ଟି ସ୍ଥାନରେ ୪୪  ଡିଗ୍ରି ଉପରେ ତାପମାତ୍ରା  ରହିଥିବା ବେଳେ ଝାରସୁଗୁଡାରେ ସର୍ବାଧିକ ୪୬.୨ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ କୋରାପୁଟର ସିମିଲିଗୁଡାରେ  ସର୍ବାଧିକ ୨୨.୦୦  ମିମି ବର୍ଷା ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe