କଟକ: ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ୭୬ ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଅନୁଷ୍ଠିତ ହୋଇଥିବା ପରେଡରେ ମୁଖ୍ୟମନ୍ତ୍ରୀ ଅଭିବାଦନ ଗ୍ରହଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତ୍ଯେକ ଓଡିଶାବାସୀ, ଦେଶ ତଥା ଦେଶ ବାହାରେ ରହୁଥିବା ପ୍ରତ୍ଯେକ ଭାରତୀୟଙ୍କୁ ଆଜିର ଦିନର ଅନେକ ଅନେକ ଶୁଭେଚ୍ଛା।
ଏହି ଅବସର ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ମହାନ ସଂଗ୍ରାମୀ ଏବଂ ଯବାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଆଜିର ଏହି ପବିତ୍ର ଦିନରେ ବିକଶିତ ଭାରତ, ବିକଶିତ ଓଡ଼ିଶା ନିର୍ମାଣ ପାଇଁ ସମସ୍ତେ ଶପଥ ନେବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ଆଜି ଉତ୍ସବ ପାଳନ କରିବାର ଦିନ ନୁହେଁ। ଆଜି ସମ୍ବିଧାନକୁ ସୁରକ୍ଷା ଦେବାର ଦିନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
୭୬ତମ କଟକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ। #RepublicDay https://t.co/Gr4n0kBlfA
— Mohan Charan Majhi (@MohanMOdisha) January 26, 2025
ଅଧିକ ପଢ଼ନ୍ତୁ: ପୁରାଣ୍ଡି ସାହିରେ ପାଣି ସମସ୍ୟା କେବେ ସୁଧୁରିବ?